ମାଲକାନଗିରି: ମାଲକାନଗିରି ଜିଲ୍ଲାରୁ ଆସିଲା ବଡ ଖବର । ଜିଲ୍ଲାରେ ଆଉ ଗଡ଼ିବନି ଲକ୍ଷ୍ମୀ ଏସି ବସ୍। ୬ଟି ରୁଟରେ ବସ୍ ଚଳାଚଳ ବାତିଲ କରାଯାଇଛି । ଆରଟିଓ ବସ୍ ଚଳାଚଳ ପରମିଟ୍ ବାତିଲ କରିଥିବା ସୂଚନା ମିଳିଛି । ସବୁ ବସ୍ ଅପରେଟର ଏହାକୁ ମାନିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ଲକରୁ ଜିଲ୍ଲା ସଦର ମହକୁମାକୁ ଚାଲୁଥିବା ଏହି ସବୁ ବସ୍ ବାତିଲ ହୋଇଛି। ସାରା ରାଜ୍ୟରେ ୫୭ଟି ଲକ୍ଷ୍ମୀ ଏସି ବସ୍ ଚଳାଚଳ କରୁଥିଲା। ଏହା ମଧ୍ୟରୁ ୨୮ଟି ବସ୍ ଚଳାଚଳ ବନ୍ଦ କରାଯାଇଛି। ପୂର୍ବ ସରକାର ମାଲକାନଗିରି ଜିଲ୍ଲାରୁ ଲକ୍ଷ୍ମୀ ବସ୍ ସେବା ଆରମ୍ଭ କରିଥିଲେ। ନୂଆ ସରକାର ଆସିବା ପରେ ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ଏବେ ମାଲକାନଗିରି ଜିଲ୍ଲାରେ ଲକ୍ଷ୍ମୀ ଏସି ବସ୍ ଚଳାଚଳ ବନ୍ଦ କରାଯାଇଛି। ଗମନାଗମନ ଅସୁବିଧା ଜାଣିବା ପରେ ଏହିଠାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହି ଜିଲ୍ଲାରେ ପାଖାପାଖି ୩୬ଟି ବସ ସେବା ଯୋଗାଉଛି ।
ସୂଚନା ଥାଉ କି, ଗ୍ରାମାଞ୍ଚଳ ଲୋକେ ଯାତାୟତରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ତାହା ଉପରେ ଅଧିକ ଫୋକସ କରି ମାଲକାନଗିରି ଜିଲ୍ଲାରେ ଲକ୍ଷ୍ମୀ ବସ ସେବା ଆରମ୍ଭ କରିଥିଲେ ପୂର୍ବତନ ସରକାର। ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ପୂର୍ବ ସରକାର ଆରମ୍ଭ କରିଥିଲେ ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା ।