ସଂଚାର ବ୍ୟୁରୋ: ଆଜି ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧ ଟଙ୍କା ଆସିଛି । ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଆସନ୍ତା ୯ ତାରିଖରେ ଆସିବ । ଆସନ୍ତା ୯ ତାରିଖରେ ବାରିପଦାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ କରିବେ ।
ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିବ । ଏପର୍ଯ୍ୟନ୍ତ ‘ସୁଭଦ୍ରା’ ଯୋଜନାରେ ୧ କୋଟିରୁ ଅଧିକ ମହିଳା ଆବେଦନ କରିଛନ୍ତି । ଗତ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ । ପ୍ରତିବର୍ଷ ୨ଟି କିସ୍ତିରେ ଯୋଗ୍ୟ ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ଦିଆଯିବ । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା ।