ସଂଚାର ବ୍ୟୁରୋ: ଏକା ସାଙ୍ଗରେ ଆସୁଛି ୨ଟି ଲଘୁଚାପ । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ମେ’ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ।