ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।