ସଂଚାର ବ୍ୟୁରୋ: ଆସନ୍ତା ଜାନୁଆରୀ ୧୨ରୁ ୧୫ ତାରିଖ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ। ମକର ସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରତ୍ନଭଣ୍ଡାର ମରାମତି କାମ ଜୋରସୋରରେ ଚାଲିଥିବା ବେଳେ ମକର ସଂକ୍ରାନ୍ତି କାରଣରୁ କିଛି ଦିନ ବନ୍ଦ ରହିବ ଏହି କାମ।