ସଂଚାର ବ୍ୟୁରୋ: ବିବାଦରେ ଥିବା ଟ୍ରେନି ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ ହୋଇଥିଲା।
ଏହି କାରଣରୁ କେନ୍ଦ୍ର ସରକାର ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସେପ୍ଟେମ୍ବର ୬ ତାରିଖରେ ପୂଜାଙ୍କୁ ଆଇଏସ ନିୟମ ୧୯୫୪ର ଧାରା ୧୨ ଅଧୀନରେ କେନ୍ଦ୍ର ସରକାର କାର୍ଯ୍ୟାନ୍ତର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ତତ୍କାଳ ଭାବେ ଲାଗୁ ହୋଇଥିବା ମଧ୍ୟ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି।