୪ଦିନ କାଳବୈଶାଖୀ ଆଶଙ୍କା । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଝଟକା ବର୍ଷା ପବନ ସହ କୁଆ ପଥର ବର୍ଷାହେବାର ସମ୍ଭାବନା ରହିଛି । ଏଥିସହ ବିଜୁଳି ଘଡ଼ଘଡ଼ି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୧୦ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି ।
ସୂଚନାଯୋଗ୍ୟ, ରାଜ୍ୟର ତାପମାତ୍ରାରେ ଆସିଥିଲା ପରିବର୍ତ୍ତନ । ୨ ରୁ ୩ ଡିଗ୍ରୀ କମିବ ତାପମାତ୍ରା । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିଲା । ବର୍ଷା ବେଳେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସୂଚନା ଥିଲା । ଏମିତି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଦେଲେ, ଉତ୍ତର ଓଡିଶା, ଦକ୍ଷିଣ ଓଡିଶା ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ । ଆଗାମୀ ଦୁଇ ଘଣ୍ଟା ପାଇଁ ବରଗଡ଼ ଓ ନୂଆପଡ଼ା ଜିଲ୍ଲା କୁ ରହିଥିଲା ୟେଲୋ ସତର୍କତା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଆଶଂକା ରହିଥିଲା ।