ସଂଚାର ବ୍ୟୁରୋ: ୪ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ଜେନେରାଲ ଭିକେ ସିଂହଙ୍କୁ ମିଜୋରମର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ଗତ ମୋଦି ସରକାରରେ ସେ କେନ୍ଦ୍ରମନ୍ତ୍ରୀ ଥିଲେ। ଏଥର କିନ୍ତୁ ତାଙ୍କୁ ମନ୍ତ୍ରୀ ପଦ ମିଳିନି। ତେଣୁ ସନ୍ତୁଷ୍ଟିକରଣ ପାଇଁ ରାଜଭବନକୁ ପଠାଯାଇଛି ବୋଲି ଚର୍ଚ୍ଚା ହେଉଛି। ସେହିପରି କେରଳର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଛନ୍ତି ବିହାରର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ଵନାଥ ଆର୍ଲେକର। କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲାଙ୍କୁ ମଣିପୁରର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି।