Sunday, March 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ

Sanchar Live by Sanchar Live
December 14, 2024
in ମନୋରଞ୍ଜନ
0
ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ

Oplus_131072

0
SHARES
8
VIEWS
FacebookTwitter

ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ। ହାଇକୋର୍ଟରୁ ଜାମିନ୍ ପାଇବା ପରେ ଆଜି ସକାଳୁ ସେ ହାଇଦ୍ରାବାଦ ସ୍ଥିତ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରୁ ମୁକୁଳିଛନ୍ତି। ଗତକାଲି ବେଲ୍ ମିଳିଥିଲେ ବି ସେ ଜେଲରେ ରାତି କାଟିଥିଲେ।

ହାଇକୋର୍ଟରୁ ଜାମିନ ମିଳିବା ସତ୍ତ୍ୱେ ଗତକାଲି କାହିଁକି ତାଙ୍କୁ ଜେଲ୍‌ରୁ ମୁକ୍ତ କରାଯାଇ ନଥିଲା, ତାକୁ ନେଇ ଉଠିଛି ପ୍ରଶ୍ନ। ଅଲ୍ଲୁ ଅର୍ଜୁନଙ୍କ ଓକିଲ କହିଛନ୍ତି, ଜେଲ୍ କର୍ତ୍ତୃପକ୍ଷ ହାଇକୋର୍ଟଙ୍କ ଅର୍ଡର କପି ପାଇଥିଲେ। ତଥାପି ତାଙ୍କୁ ରିଲିଜ କରି ନଥିଲେ। ତାଙ୍କୁ ଏମିତି ଅଟକ ରଖାଯିବା ବେଆଇନ। ଏହା ବିରୋଧରେ ଆଇନଗତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅଲ୍ଲୁ ଅର୍ଜୁନଙ୍କ ଓକିଲ।

ଜେଲ୍‌ରୁ ବାହାରିବା ପରେ ଅଲ୍ଲୁ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଭଲ ଅଛି। ବ୍ୟସ୍ତ ହେବାର କିଛି ନାହିଁ। ଆଇନକୁ ସମ୍ମାନ ଦିଏ। ସମସ୍ତ ପ୍ରକାର ସହଯୋଗ କରିବି।

ଏହା ସହିତ ସେ ପୁଣି ଥରେ ସେହି ମୃତ ମହିଳାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ପୁଣି ଥରେ ସେହି ପରିବାରକୁ ମୋର ସମବେଦନା ଜଣାଉଛି। ଏହା ଏକ ଦୁର୍ଭାଗ୍ୟଜନକ ଘଟଣା ଥିଲା। ଯାହା ଘଟିଲା, ସେଥିପାଇଁ ଆମେ ଦୁଃଖିତ।

ଡିସେମ୍ବର ୪ ତାରିଖରେ ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ଜଣାଶୁଣା ସନ୍ଧ୍ୟା ଥିଏଟରରେ ପହଞ୍ଚିଥିଲେ ଅଲ୍ଲୁ ଅର୍ଜୁନ। ତାଙ୍କୁ ଦେଖିବା ପାଇଁ ଫ୍ୟାନମାନଙ୍କର ପ୍ରବଳ ଭିଡ଼ ଜମି ଥିଲା। ଫଳରେ ଠେଲାପେଲା ଓ ଦଳଚକଟା ହୋଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ନାବାଳକ ପୁଅ ଆହତ ମଧ୍ୟ ହୋଇଥିଲେ।

ଏହି ଘଟଣା ପରେ ମୃତ ମହିଳା ରେବତୀଙ୍କ ସ୍ୱାମୀ ଭାସ୍କର ଥାନାରେ ଅଲ୍ଲୁ ଅର୍ଜୁନ, ତାଙ୍କ ସୁରକ୍ଷା କର୍ମୀ ଓ ଥିଏଟର କର୍ତ୍ତୃପକ୍ଷଙ୍କ ବିରୋଧରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ପୁଲିସ ଗ୍ରହଣ କରି ମାମଲା ରୁଜୁ କରିଥିଲା। ଗତକାଲି ପୁଲିସ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରି ନାମପଲ୍ଲୀ କୋର୍ଟରେ ହାଜର କରିଥିଲା। କୋର୍ଟ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ତେବେ ଏହାର କିଛି ସମୟ ପରେ ହାଇକୋର୍ଟ ଅଲ୍ଲୁଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ।

ଘଟଣା ଘଟିବା ଦିନ ସନ୍ଧ୍ୟା ଥିଏଟରକୁ ଅଲ୍ଲୁ ଅର୍ଜୁନ ଆସିବେ ବୋଲି ଥିଏଟର କର୍ତ୍ତୃପକ୍ଷ ସୂଚନା ଦେଇ ନଥିଲେ ବୋଲି ପୁଲିସ ଅଭିଯୋଗ କରିଛି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବାନ୍ତ ରେଡ୍ଡୀ ମଧ୍ୟ ପୁଲିସର କାର୍ଯ୍ୟାନୁଷ୍ଠାନକୁ ସମର୍ଥନ କରିଛନ୍ତି। ଗତକାଲି ଏକ କାର୍ଯ୍ୟକ୍ରମରେ ସେ କହିଥିଲେ, ପୁଲିସ ତା’ କାମ କରୁଛି। ଅଲ୍ଲୁ ଅର୍ଜୁନ ପୁଲିସ କିମ୍ବା ଥିଏଟର କର୍ତ୍ତୃପକ୍ଷଙ୍କୁ ନଜଣାଇ ସେଠାରେ (ସନ୍ଧ୍ୟା ଥିଏଟରରେ) ପହଞ୍ଚିଥିଲେ। ତେଣୁ ଦଳାଚକଟା ସ୍ଥିତି ଉପୁଜି ଥିଲା।

ମୁଖ୍ୟମନ୍ତ୍ରୀ କହିଥିଲେ, ଅଲ୍ଲୁ ଅର୍ଜୁନ କେବଳ ଆସି ଫିଲ୍ମ ଦେଖି ଚାଲି ଯାଇ ନଥିଲେ। ସେ ତାଙ୍କ କାରର ସନ୍‌ ରୁଫ୍‌ରେ ବାହାରକୁ ଆସିଥିଲେ। ଲୋକଙ୍କୁ ହାତ ହଲାଇ ଅଭିବାଦନ ଗ୍ରହଣ କରିଥିଲେ। ସେଥିପାଇଁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିଲା।

ମୁଖ୍ୟମନ୍ତ୍ରୀ ରେବାନ୍ତ ରେଡ୍ଡୀ ଆହୁରି କହିଥିଲେ ଯେ ଅଲ୍ଲୁ ଅର୍ଜୁନଙ୍କ ପତ୍ନୀ ଅଲ୍ଲୁ ସ୍ନେହା ରେଡ୍ଡୀ ତାଙ୍କର ସଂପର୍କୀୟ। କିନ୍ତୁ ସେ ଏହି ଘଟଣାରେ ତାଙ୍କ ପାରିବାରିକ ସଂପର୍କକୁ ପଶିବାକୁ ଦେଇ ନଥିଲେ। ଅଲ୍ଲୁ ଗିରଫ ହେବା ଘଟଣାକୁ ନେଇ ବହୁତ ଚର୍ଚ୍ଚା ହେଉଛି। କିନ୍ତୁ ଦଳାଚକଟାରେ ମରିଥିବା ମହିଳା କିମ୍ବା ତାଙ୍କ ପରିବାର ଲୋକଙ୍କ ସଂପର୍କରେ କେହି କିଛି କହୁ ନାହାନ୍ତି। ମୃତ ମହିଳାଙ୍କ ନାବାଳକ କୋମାକୁ ଚାଲି ଯାଇଛି। ସେ ଯେତେବେଳେ ସୁସ୍ଥ ହେବ, ବିନା ମା’ରେ ବଞ୍ଚିବ।

Tags: alu arjunbailpuspa2
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟକୁ ଫେରିଲା ଶୀତ

ଜାଡ଼ର ମାଡ଼ରେ ଥରୁଛି ଓଡ଼ିଶା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଉ ରହିବନି ଚିନ୍ତା, ଆସିଲା ଗ୍ୟାସ
  • BJD ରୁ ୬ ବିଧାୟକଙ୍କ ନିଲମ୍ବନ : ଜାଣନ୍ତୁ କିଏ କଣ କହିଲେ?
  • ଖସୁଛି ସୁନା ଦର, ଜାଣନ୍ତୁ ଶେଷ ସପ୍ତାହରେ କେତେ କମିଲା?
  • ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ଜଗା ଦର୍ଶନ ପାଇଁ ଲମ୍ବା ଲାଇନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.