ଭୁବନେଶ୍ୱର : ଆସନ୍ତାକାଲିଠୁ କମିବ ବର୍ଷାର ପରିମାଣ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା କମିବା ସହ ରାଜ୍ୟରେ ବଢ଼ିବ ଶୀତ । ଆଜି ଓ କାଲି ରହିବ କୋହଲା ପାଗ ରହିବା ସହ କିଛି ସ୍ଥାନରେ କୁହୁଡ଼ି ସମ୍ଭାବନା ରହିଛି। କାଲି ଦକ୍ଷିଣ ଉପକୂଳ ଜିଲ୍ଳାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ୨୪ ଘଣ୍ଟା ଭିତରେ ୭୫ ମିମି ବର୍ଷା ରେକର୍ଡ ହୋଇଛି । ଜଗତସିଂହପୁରରେ ୬୧.୨ ମିଲିମିଟର, ପାରାଦୀପରେ ୬୧.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୫୧.୬ ମିମି ବର୍ଷା ରେକର୍ଡ ହୋଇଛି । ତୁହାକୁ ତୁହା ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହେଉଛନ୍ତି । ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି ।