ଭୁବନେଶ୍ବର: ଜାନୁଆରୀ ୨୪ ରୁ ଆବାସ ସର୍ଭେ। ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ। ୨୪ ରେ ଆବାସ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ ରାଜ୍ୟ ସରକାର। ଦେଢ଼ରୁ ୨ ମାସ ଚାଲିବ ଆବାସ ସର୍ଭେ। ଏଥିପାଇଁ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ।
ଆବେଦନକରି ମାନେ ପଞ୍ଚାୟତି ଗୁଡିକରେ ଅଫଲାଇନରେ ଆବେଦନ କରିପାରିବେ କିମ୍ଭା ଅନଲାଇନରେ ମଧ୍ୟ ଆବେଦନ କରିପାରିବେ। ଏଥି ପାଇଁ ବିଭାଗ ପଞ୍ଚାୟତ ଗୁଡିକରେ ପଲ୍ଲୀ ସଭା କରି ସଚେତନ କରି ସାରିଛି ବିଭାଗ। କେନ୍ଦ୍ର ସରକାର ଆବାସ ସଂଖ୍ୟା ୨ କୋଟିରୁ ୩ କୋଟିକୁ ବଢ଼ାଇଛନ୍ତି। ଓଡ଼ିଶାକୁ ଅଧିକ ମିଳିବା ନେଇ ଆଶା। କେନ୍ଦ୍ର ସରକାର ନିୟମାବଳୀକୁ କୋହଳ କରିଛନ୍ତି। ବାଇକ, ଫ୍ରିଜ ଥିଲେ ମଧ୍ୟ ଆବେଦନ କରିପାରିବେ। ବାର୍ଷିକ ୧୫୦୦୦ ଆୟ ଥିଲେ ବି କରି ପାରିବେ ଆବେଦନ। କାହାକୁ ବଞ୍ଚିତ ହେବାକୁ ଦିଆଯିବ ନାହିଁ। ବାପଠୁ ଭିନ୍ନ ହୋଇଥିବା ପୁଅ ବି ଆବେଦନ କରିପାରିବେ। ସ୍ୱାମୀ ଠାରୁ ଅଲଗା ରହୁଥିବା ମହିଳା ମଧ୍ୟ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିବାକୁ ହେବ। ଦୁଇ ମାସ ଭିତରେ ସର୍ଭେ ପ୍ରକ୍ରିୟା ସାରିବାକୁ ଲକ୍ଷ୍ୟ ସରକାର ରଖିଛନ୍ତି ବୋଲି ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି।