ଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି। ଭାରତ ଏହି ମ୍ୟାଚ୍ରେ ବିଶାଳ ବିଜୟ ହାସଲ କରିଛି। ୩୫୭ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟଟିଂ କରିଥିବା ବିଦେଶୀ ଟିମ୍ ୧୪୨ ରନ୍ରେ ପରାସ୍ତ ହୋଇଛନ୍ତି। ଇଂଲଣ୍ଡ ଟିମ୍ ୩୪.୨ ଓଭରରେ ସମସ୍ତ ୱିକେଟ୍ ହରାଇ ୨୧୪ ରନ୍ କରିପାରିଛି। ଏଥି ସହିତ ଭାରତୀୟ ଟମ୍ ଇଂଲଣ୍ଡକୁ ୧୩ ବର୍ଷ ପରେ ମୂଳପୋଛ କରିଛି।