Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
February 21, 2025
in ଓଡିଶା
0
ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
0
SHARES
32
VIEWS
FacebookTwitter

ଭୁବନେଶ୍ୱର : କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ମଞ୍ଜୁର କରାଯାଇଛି । 250 କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି। ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଓଡ଼ିଶା, ବିଶେଷକରି ଦକ୍ଷିଣ ଓଡିଶାରେ ରେଳ ଭିତ୍ତିଭୂମି ସହିତ ଅର୍ଥନୈତିକ ବିକାଶ ଆହୁରି ବ୍ୟାପକ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ଫୋକସ୍‍ ଜାରି ରଖିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନରେ ଓଡ଼ିଶା ବିକାଶର ଯେଉଁ ଲକ୍ଷ୍ୟ ରଖିଛି ତାହା ନିଶ୍ଚୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ଗତକାଲି କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ବିଭିନ୍ନ ନୂଆ ପ୍ରକଳ୍ପ ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡ଼ିକର ଆଲୋଚନା ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଯୋଡ଼ା-ବଡ଼ବିଲ ଓ ଯୋଡ଼ା-ବରଷୁଆଁ ରେଳ ଲାଇନ୍‍ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାଦ୍ୱାରା ବଡ଼ବିଲ, ଯୋଡ଼ା ଓ କେନ୍ଦୁଝରକୁ ନେଇ ଏକ ଇଣ୍ଡଷ୍ଟ୍ରିଆଲ କରିଡର ନିର୍ମାଣ ପାଇଁ ରାଜ୍ୟ ସରକାର ଯେଉଁ ଯୋଜନା କରୁଛନ୍ତି, ସେଥିରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ଦୁଇଟି ରେଳ ଲାଇନ ନିର୍ମାଣର ସମ୍ଭାବନା ମଧ୍ୟ ଉଜ୍ୱଳ ହୋଇଛି । ଏହାସହିତ ରାଜ୍ୟର ଅନ୍ୟାନ୍ୟ ପ୍ରକଳ୍ପ ସହିତ ଦକ୍ଷିଣ ଓଡ଼ିଶାର ପ୍ରକଳ୍ପ ଗୁଡ଼ିକୁ ମଧ୍ୟ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ଅର୍ଥନୈତିକ ଅଭିବୃଦ୍ଧିରେ ରେଳ ଯୋଗାଯୋଗର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ବିକାଶର ଗତି ବହୁଗୁଣିତ ହେବା ସହିତ ଅନେକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହୋଇପାରିବ ।

ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ ଯେ, ଏହି ଦୁଇଟି ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ସକରାତ୍ମକ ଦୃଷ୍ଟି ରଖି ପଦକ୍ଷେପ ନେଉଛନ୍ତି । ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କର ସ୍ୱତନ୍ତ୍ର ଫୋକସ୍‍ ରହିଛି ବୋଲି ସେ କହିଥିଲେ । ଆଗାମୀ ୨୫ ବର୍ଷର ଅମୃତ କାଳରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟର ପରିକଳ୍ପନାରେ ଓଡ଼ିଶାକୁ ଦେଶର ଅର୍ଥନୀତିର ଇଞ୍ଜିନ ଭାବେ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ରେଳ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯାଉଛି ବୋଲି ସେ କହିଥିଲେ ।

ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ଶ୍ରୀ ବୈଷ୍ଣବ କହିଥିଲେ ଯେ ଓଡ଼ିଶାରେ ବର୍ତ୍ତମାନ ୭୩ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜାରି ରହିଛି । ୨୦୧୪ ରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୦୪୬ କି.ମି. ନୂଆ ରେଳ ଲାଇନ ନିର୍ମାଣ ହୋଇ ସାରିଛି ଯାହା କି ମାଲେସିଆର ସମ୍ପୂର୍ଣ୍ଣ ରେଳ ନେଟୱର୍କ ଠାରୁ ଅଧିକ ।

ଶ୍ରୀ ବୈଷ୍ଣବ କହିଥିଲେ ଯେ ଓଡ଼ିଶାର ଜନଜାତି ବହୁଳ ଓ ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ରେଳ ଭିତ୍ତିଭୂମିର ବିକାଶ ଉପରେ କେନ୍ଦ୍ର ସରକାରଙ୍କ ଫୋକସ୍‍ ରହିଛି । ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳରେ ବର୍ତ୍ତମାନ ସୁଦ୍ଧା ୨୦ ହଜାର କୋଟି ଟଙ୍କାର ୮ ଟି ନୂଆ ରେଳ ଲାଇନ ନିର୍ମାଣ ପାଇଁ ମଞ୍ଜୁରୀ ଦିଆଯାଇଥିବା ବେଳେ ୫୯ ଟି ରେଳ ଷ୍ଟେସନକୁ ଅମୃତ ଷ୍ଟେସନ ଭାବେ ବିକଶିତ କରାଯାଉଛି । ଏଥିରୁ ୧୬ ଟି ଷ୍ଟେସନ ଆକାଂକ୍ଷୀ ଜିଲ୍ଲାରେ ରହିଛି ବୋଲି ସେ କହିଥିଲେ । ଏହା ସହିତ ପ୍ରଧାନମନ୍ତ୍ରୀ ନିକଟରେ ରାୟଗଡ଼ା ଡିଭିଜନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି ବୋଲି ଶ୍ରୀ ବୈଷ୍ଣବ କହିଥିଲେ । ଆହୁରି ମଧ୍ୟ ଓଡ଼ିଶାରେ ବର୍ତ୍ତମାନ ୬ ଟି ବନ୍ଦେ ଭାରତ ଟ୍ରେନ୍‍ ଚାଲୁଛି ବୋଲି ସେ କହିଥିଲେ । ଆଗାମୀ ଦିନରେ ରେଳ ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାରେ ଆହୁରି ବ୍ୟାପକ ପଦକ୍ଷେପ ନିଆଯିବ ବୋଲି ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ ।

Tags: odisharailway
ShareTweetShareSend
Sanchar Live

Sanchar Live

Next Post
ଖାଇକୁ ଖସିଲା ବସ

ଖାଇକୁ ଖସିଲା ବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.