Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

Sanchar Live by Sanchar Live
February 27, 2025
in ଓଡିଶା
0
ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
0
SHARES
48
VIEWS
FacebookTwitter

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା ବେଳେ ଖସି ପଡ଼ିଥିଲେ ସେବାୟତ ଯୋଗେନ୍ଦ୍ର ସମର୍ଥା । ସେ ଲୁହା ଶିକୁଳି ଧରି ଉପରକୁ ଉଠିବା ବେଳେ ପ୍ରାୟ ୧୦ ଫୁଟ ଉପରୁ ମହାଦୀପ ସହ ତଳକୁ ଖସି ପଡ଼ିଥିଲେ । ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ସଙ୍ଗେ ସଙ୍ଗେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହସ୍ପିଟାଲରେ ତାଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସୂଚନା ଅନୁସାରେ ଗତକାଲି ମହାପ୍ରଭୁଙ୍କ ନୀତିକାନ୍ତି ପରେ ସେବାୟତ ଯୋଗେନ୍ଦ୍ର ଓ ଅନ୍ୟମାନେ ମହାଦୀପ ଧରି ମନ୍ଦିର ଚଢ଼ିବାକୁ ବାହାରିଥିଲେ । ଯୋଗେନ୍ଦ୍ର ମହାଦୀପ ଧରି ଆଗେଆଗେ ଶିକୁଳିରେ ଉଠିଥିଲେ । ସେ ପ୍ରାୟ ୧୦ ଫୁଟ୍‌ ଉଚ୍ଚକୁ ଉଠିଥିବା ବେଳେ ହଠାତ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଥିଲେ । ତାଙ୍କ ମୁଣ୍ଡ, ମୁହଁ ଓ ଅଣ୍ଟାରେ ଗୁରୁତର ଆଘାତ ଲାଗିଥିଲା  । ସେହିଭଳି ମହାଦୀପରୁ ତେଲ ଓ ନିଆଁ ଝୁଲ ପଡ଼ି ଆଉ କିଛି ସେବାୟତଙ୍କ ଗୋଡ଼ହାତରେ ଫୋଟକା ହୋଇଯାଇଥିଲା । ମନ୍ଦିର ଭିତରେ ଓ ବାହାରେ ପ୍ରବଳ ଭିଡ଼ ଥିବାରୁ ଆମ୍ବୁଲାନ୍‌ସରେ ତାଙ୍କୁ ହସ୍ପିଟାଲ୍‌ ନେବା କାଠିକର ହୋଇପଡ଼ିଥିଲ । ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଧାୟକ ବାବୁ ସିଂ ପ୍ରମୁଖ ହସ୍ପିଟାଲ୍‌ରେ ପହଞ୍ଚି ଯୋଗେନ୍ଦ୍ରଙ୍କ ଚିକିତ୍ସା କଥା ବୁଝିଥିଲେ ।

ପ୍ରାଥମିକ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଏହି ଅଘଟଣ ପରେ ମନ୍ଦିର ପରିସର‌ରେ ଏକ ଅଭାବନୀୟ ପରିବେଶ ସୃଷ୍ଟି ହୋଇଥିଲା । ଭକ୍ତମାନଙ୍କ ମନରେ ବିଭିନ୍ନ ପ୍ରକାରର ଶଙ୍କା ସୃଷ୍ଟି ହୋଇଥିଲା । କିନ୍ତୁ ସଙ୍ଗେ ସଙ୍ଗେ ଅନ୍ୟ ଜଣେ ସେବାୟତ ମହାଦୀପ ଧରି ମନ୍ଦିର ଚଢ଼ିଥିଲେ ଏବଂ ସ୍ବାଭାବିକ ଭାବେ ମନ୍ଦିର ଚୂଡ଼ାରେ ମହାଦୀପ ଲାଗିଥିଲା । ମହାଦୀପ ଦର୍ଶନ ପରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ପୁଣି ଆଧ୍ୟାତ୍ମିକ ପରିବେଶକୁ ଫେରିଥିଲେ ।

Tags: capital hospitalmohan majhi
ShareTweetShareSend
Sanchar Live

Sanchar Live

Next Post
ଭୋର ୪ଟା ୩୦ରେ ଆଖଣ୍ଡଳମଣିଙ୍କ ମନ୍ଦିରଚୂଡ଼ାକୁ ଉଠିଲା ମହାଦୀପ

ଭୋର ୪ଟା ୩୦ରେ ଆଖଣ୍ଡଳମଣିଙ୍କ ମନ୍ଦିରଚୂଡ଼ାକୁ ଉଠିଲା ମହାଦୀପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.