ମହାକୁମ୍ଭ ସରିବା ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରୟାଗରାଜରେ ପହଞ୍ଚି ଅରୈଲ ଘାଟରେ ଝାଡୁ ଲଗାଇଛନ୍ତି । ଏହାସହିତ ଗଙ୍ଗା ନଦୀରୁ ଅଳିଆ ସଫା କରିଛନ୍ତି । ଯୋଗୀ ସଫେଇ କର୍ମଚାରୀଙ୍କ ସହିତ ତଳେ ବସି ଖାଇଛନ୍ତି ।
ସିଏମ ଯୋଗୀ ମହାକୁମ୍ଭରେ ଲୋକଙ୍କୁ ସେବା କରୁଥିବା ସଫେଇ କର୍ମଚାରୀ, ସ୍ବାସ୍ଥ୍ୟକର୍ମୀ ନାବିକଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ମହାକୁମ୍ଭରେ ସେବା ଦେଉଥିବା ସଫେଇ କର୍ମଚାରୀଙ୍କୁ ୧୦ ହଜାର ଟଙ୍କା ବୋନସ ଦେବାର ଘୋଷଣା କରିଛନ୍ତି । ସମସ୍ତଙ୍କୁ ଆୟୁଷ୍ମାନ ଯୋଜନା ସହିତ ଯୋଡି ୫ ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦିଆଯିବ ବୋଲି କହିଛନ୍ତି ।
ମହାକୁମ୍ଭ ସରିବା ପରେ ପ୍ରୟାଗରାଜ ଘାଟରେ ଝାଡୁ ଧରି ସଫେଇ କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ମୁଖ୍ୟମନ୍ତ୍ରୀ ଯୋଗୀ ମହାକୁମ୍ଭରେ ସେବା ଦେଉଥିବା ସଫେଇ କର୍ମଚାରୀଙ୍କୁ ୧୦ ହଜାର ଟଙ୍କା ବୋନସ ଦେବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ଡଙ୍ଗା ଚାଳକଙ୍କୁ ୫ ଲକ୍ଷ ଟଙ୍କାର ବୀମା ଯୋଜନା ଦିଆଯିବ ବୋଲି କହିଛନ୍ତି । ଡଙ୍ଗା କିଣିବା ପାଇଁ ଧନରାଶି ଦିଆଯିବ ବୋଲି କହିଛନ୍ତି । ଯେଉଁମାନଙ୍କ ପାଖରେ ସ୍ବାସ୍ଥ୍ୟବୀମା ନାହିଁ ତାଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ ବୋଲି କହିଛନ୍ତି ।