ମେଷ : ଅନେକ କାମ ହାତକୁ ନେଇ ଟେନସନ ବୃଦ୍ଧିପାଇବ । ସହକର୍ମୀଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ତାହା ଦୂର ହୋଇପାରେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି । କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ ତଥାପି କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ ।
ବୃଷ : ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ । ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ କିନ୍ତୁ ଆଶା କରିଥିବା ଦିଗରୁ ଅର୍ଥ ମିଳିବ ନାହିଁ । ଅଧ୍ୟାପନା, ପ୍ରଶାସନିକ ସେବା,କ୍ରୀଡ଼ା ଓ ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ କ୍ଷେତ୍ରରୁ ପ୍ରଶଂସା ମିଳିବ ।
ମିଥୁନ : ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଶିଳ୍ପ,ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣିପାରନ୍ତି । ଆଖି ନ ଦେଖା କଥାକୁ ବିଶ୍ୱାସକରି ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି ।
କର୍କଟ : ଈର୍ଷାପରାୟଣ ହୋଇ ସମ୍ପର୍କୀୟମାନେ ଭଲ କାମକୁ ନ ଦେଖି ଦୋଷତ୍ରୁଟି ଗାଇ ବୁଲିବେ । ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ଜାଗ୍ରତ ହୋଇପାରେ । ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।
ସିଂହ : କୌଣସି ଏକ ସାଧାରଣ ବିତର୍କକୁ ନେଇ ବନ୍ଧୁ ଆପଣଙ୍କ ଉପରେ ଖୁବ୍ ଅସନ୍ତୁଷ୍ଟ ହୋଇପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ । ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି । ମାଲିମକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି ।
କନ୍ୟା : ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିବାକୁ ପଡ଼ିପାରେ । ବାରମ୍ବାର ଚେଷ୍ଟା କରି ମଧ୍ୟ ଅର୍ଥପ୍ରାପ୍ତି ସକାଶେ ଉଚ୍ଚ ଆଶା କରି ନିରାଶ ହେବେ । ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସମ୍ଭାବନା ରହିଛି । ପାରିବାରିକ ଶୃଙ୍ଖଳା ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ।
ତୁଳା : ଆକସ୍ମିକ ସମସ୍ୟାର ଗତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ । କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଘରୋଇ ବିତର୍କରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି ।
ବିଛା : ଯେତେ ସାବଧାନତା ଅବଲମ୍ବନ କଲେ ମଧ୍ୟ କାମ ଶୃଙ୍ଖଳିତ ହେବ ନାହିଁ । ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ । ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ କିମ୍ବା ଅଫିସ୍ରେ ନୀତିଗତ କାମରୁ ପ୍ରଶଂସିତ ହେବେ ।
ଧନୁ : କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଭୁଲ୍ ବୁଝାମଣା କାରଣରୁ ନିଜ ଲୋକଙ୍କ ସହ ସମ୍ପର୍କ ହାନି ହେବ । ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଆଜି ହିଁ ଶେଷ କରିବାକୁ ଚିନ୍ତା କରୁଥିବା କାମଟିରେ ନିରାଶ ହେବାକୁ ପଡିପାରେ ।
ମକର : ଅନ୍ୟମନସ୍କ ହେତୁ ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିବ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି । ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ ।
କୁମ୍ଭ : ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ କୌଣସି ଅସୁବିଧା ରହିବ ନାହିଁ । ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁଦିନ ସକାଶେ ସ୍ମରଣୀୟ ରହିପାରେ । ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରିବା ହେତୁ ବହୁମୂଲ୍ୟ ଦେବାକୁ ପଡ଼ିବାର ସୂଚନା ରହିଛି । କର୍ମକ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟଭାଷଣରୁ ଦୂରେଇ ରହିବା ଭଲ ହେବ ।
ମୀନ : ସଚେତନତା ଅବଲମ୍ବନ କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ । ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ । ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ନିଜ ଲୋକ ଦୂରେଇ ଯାଇପାରନ୍ତି । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି ।

