ସଂଚାର ବ୍ୟୁରୋ: ଆଜି ସଂଧ୍ୟାରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି । ଦୋଳ ପୂର୍ଣ୍ଣମାର ଆଗଦିନ ଏହି ନୀତି ସମ୍ପାଦନ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ,ଶ୍ରୀଦେବୀ,ଭୂଦେବୀ ଦୋଳବେଦୀକୁ ବିଜେ କରିବେ । ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ,ଦେବନୀତି,ବନ୍ଦାପନା ପରେ ଭୋଗ ହେବ । ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରାଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।

