Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରତ୍ୟେକ ଓଡିଆଙ୍କୁ ମିଳୁ ଆୟୁଷ୍ମାନ ଭାରତ ଯୋଜନା: ବିଜେଡି

Sanchar Live by Sanchar Live
April 11, 2025
in ଓଡିଶା
0
ପ୍ରତ୍ୟେକ ଓଡିଆଙ୍କୁ ମିଳୁ ଆୟୁଷ୍ମାନ ଭାରତ ଯୋଜନା: ବିଜେଡି
0
SHARES
31
VIEWS
FacebookTwitter

ରଥଯାତ୍ରା ପୂର୍ବରୁ ସାଢେ ୪ କୋଟି ଓଡିଶାବାସୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରିବା ପାଇଁ ଆଜି ଶଙ୍ଖ ଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦାବି କରିଛନ୍ତି ବିଜୁ ଜନତା ଦଳର ମୁଖପାତ୍ର ଡ଼ ଲେଖାଶ୍ରୀ ସାମନ୍ତସିଂହାର। ଡ଼ ସାମନ୍ତସିଂହାର ଆହୁରି ମଧ୍ୟ କହିଛନ୍ତି ଯେ, ୧୦ ମାସ ଧରି ଚେଷ୍ଟା କରି ମଧ୍ୟ ବିଏସ୍‌କେୱାଇ ଯୋଜନାରେ କୌଣସି ପରିବର୍ତ୍ତନ କରିପାରିଲେ ନାହିଁ ରାଜ୍ୟ ବିଜେପି ସରକାର। ସାରା ଦେଶରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଶ୍ରେଷ୍ଠ ଥିଲା ବୋଲି ଆଜି ପୁଣି ଥରେ ସ୍ୱୀକାର କରିଛନ୍ତି ରାଜ୍ୟ ସରକାର। କେବଳ କାର୍ଡ ର ନାଁ ପରିବର୍ତ୍ତନ କରିବାରେ ସକ୍ଷମ ହୋଇପାରିଛନ୍ତି କିନ୍ତୁ ବିଏସ୍‌କେୱାଇ ଯୋଜନାରେ କିଛି ବି ଯୋଡି ପାରିନାହାନ୍ତି। ବିଏସ୍‌କେୱାଇରେ ୩ କୋଟି ୫୬ ଲକ୍ଷ ହିତାଧିକାରୀ ଉପକ୍ରୁତ ହୋଇଥିଲା ବେଳେ ଆୟୁଷ୍ମାନ ଭାରତରେ ମାତ୍ର ୩ କୋଟି ୫୧ ଲକ୍ଷ ହିତାଧିକାରୀ ସାମିଲ ହେବା ଦୁର୍ଭାଗ୍ୟଜନକ। କେଉଁ ଆଧାରରେ ଓ କେଉଁ ହିତାଧିକାରୀମାନଙ୍କୁ ଯୋଜନାରୁ ବଞ୍ଚିତ କରାଗଲା ରାଜ୍ୟ ସରକାର ସ୍ପଷ୍ଟ କରନ୍ତୁ। ଆୟୁଷ୍ମାନ ଭାରତ ଯୋଜନା ବାବଦରେ ବିଜେପି ଡିଣ୍ଡିମ ପିଟୁଥିଲା ବେଳେ ସିଏଜି ତାଙ୍କ ରିପୋର୍ଟରେ ଏଥିରେ ବ୍ୟାପକ ଆର୍ଥିକ ଅନିୟମିତତା, ଦୁର୍ନୀତି ଓ ସ୍ୱାସ୍ଥ୍ୟସେବାରେ ଅବ୍ୟବସ୍ଥା ଥିବା
ଉଲ୍ଲେଖ କରିଛନ୍ତି।

୨୦୧୩-୧୪ରେ ଓଡିଶାରେ ବିଜୁ କୃଷକ କଲ୍ୟାଣ ଯୋଜନା ‘ନାଁ’ରେ ଦେଶର ପ୍ରଥମ ସ୍ୱାସ୍ଥ୍ୟ ବୀମା ଯୋଜନା ପ୍ରଣୟନ କରି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦାହରଣ ସୃଷ୍ଟି କରିଥିଲେ। ପରବର୍ତ୍ତୀ ସମୟରେ ୨୦୧୮ ଅଗଷ୍ଟ ମାସରେ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ ଆସ୍ୟୁରାନ୍ସ ମୋଡ୍‌ରେ ଓଡିଶାରେ ଲାଗୁ କରିଥିଲେ। କେବଳ ନାଁ ପରିବର୍ତ୍ତନ କରି ଆଜି ରାଜ୍ୟରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା, ବିଏସ୍‌କେୱାଇର ଅବିକଳ ନକଲ। ସମଗ୍ର ଦେଶରେ ସ୍ୱାସ୍ଥ୍ୟସେବା ଲାଗି ଲୋକଙ୍କ ପକେଟରୁ ଖର୍ଚ୍ଚ କମାଇବାରେ ବିଏସ୍‌କେୱାଇ ଯୋଜନା ପ୍ରଣୟନ କରି ଓଡିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଥିଲା। ଉତ୍ତରପ୍ରଦେଶ ୧୩ ପ୍ରତିଶତ, ମହାରାଷ୍ଟ୍ର ୨୦ ପ୍ରତିଶତ ଖର୍ଚ୍ଚ କମାଇପାରିଥିଲା ବେଳେ ଓଡିଶା ୩୭ ପ୍ରତିଶତ ଖର୍ଚ୍ଚ କମାଇବାରେ ସକ୍ଷମ ହୋଇଥିଲା। ସମସ୍ତଙ୍କୁ ବିଏସ୍‌କେୱାଇରେ ସାମିଲ କରିବା ପାଇଁ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯୋଜନା କରିଥିଲେ। ରାଜ୍ୟର ବିଜେପି ସରକାର ଆଗାମୀ ରଥଯାତ୍ରା ପୂର୍ବରୁ ପ୍ରତ୍ୟେକ ଓଡିଆଙ୍କୁ ଏହି ଯୋଜନାରେ ସାମିଲ କରିବା ସହ ପୁରୁଷଙ୍କୁ ୧୦ ଲକ୍ଷ ଓ ମହିଳାଙ୍କୁ ୧୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ସୁବିଧା ଯୋଗାଇ ଦେଲେ ଡବଲ ଇଂଜିନ ସରକାର ପ୍ରକୃତରେ ଓଡିଶାବାସୀଙ୍କ ସ୍ୱାର୍ଥ ପାଇଁ କାମ କରୁଥିବା ଜଣାପଡିବ ବୋଲି ଡ଼ ସାମନ୍ତସିଂହାର କହିଛନ୍ତି।

Tags: ayushmanbharatyojanabjdodisha
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା

ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.