ସଂଚାର ବ୍ୟୁରୋ: ଆହୁରି ୭ ଦିନ କାଳବୈଶାଖୀ ବର୍ଷା । ଆଜି ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବୃଷ୍ଟିପାତ ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାର ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ,ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର ଭଳି ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା କାଲି ବର୍ଷାର ପରିମାଣ ବଢିବା ସହ ୧୮ ଯାଏ ବର୍ଷା ଜାରି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି । ଗତକାଲି ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଥିଲା କାଳବୈଶାଖୀ । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ପରିସ୍ଥିତି ସୃଷ୍ଟି ହୋଇଥିଲା । ଅନେକ ସ୍ଥାନରେ ଚାଳ ଛପର ଉଡିଯାଇଥିଲା ।