ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସଡ଼କ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଗସ୍ତରେ ଚାରି ହଜାର କୋଟିରୁ ଅଧିକ ଟଙ୍କାର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ସେଥିମଧ୍ୟରୁ ୧୩ ଟି ଜାତୀୟ ରାଜପଥ ପ୍ରକଳ୍ପ ୨୯୦୫ କୋଟି ଟଙ୍କାର ଶିଳାନ୍ୟାସ କରିବେ ଗଡ଼କରୀ ।
ଚାରୋଟି CRIF ବ୍ରିଜର ଶିଳାନ୍ୟାସ କରାଯିବ । ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କା, ଏହାର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।