ସଂଚାର ବ୍ୟୁରୋ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ବଡ଼ ଠାକୁର ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇବେ । ଭାଇ- ଭଉଣୀ ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୂପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସେବକମାନେ ଲାଗି କରାଇବେ। ସେହିପରି ମାର୍କଣ୍ଡ ପୁଷ୍କରିଣୀରେ ବଳଭଦ୍ରଙ୍କ ଜନ୍ମନୀତି ହେବ । ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ ।