ସଂଚାର ବ୍ୟୁରୋ: ମେ ୧୫ ତାରିଖ ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ । ଭାରତ- ପାକ୍ ଉତ୍ତେଜନା ଭିତରେ ଏଭଳି ନିଷ୍ପତ୍ତି ନେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ନେଇ ଏୟାର ଇଣ୍ଡିଆ ମଧ୍ୟ Xରେ ପୋଷ୍ଟ କରିଛି । ଜମ୍ମୁକାଶ୍ମୀର, ଶ୍ରୀନଗର, ଲେହ, ଯୋଧପୁର, ଅମ୍ରିତସର, ଭୁଜ, ଜାମନଗର, ରାଜକୋଟରୁ ଏୟାର ଇଣ୍ଡିଆ ମଧ୍ୟ ନିଜର ସବୁ ବିମାନ ଚଳାଚଳକୁ ବନ୍ଦ କରିଛି । ଏନେଇ ଅପଡେଟ୍ ପାଇଁ ମଧ୍ୟ ବିଭାଗ ଯାତ୍ରୀଙ୍କୁ ଅନୁରୋଧ କରିଛି ।