Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Sanchar Live by Sanchar Live
August 24, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ରାଶିଫଳ
0
SHARES
12
VIEWS
FacebookTwitter

ମେଷ : ଘାତଚନ୍ଦ୍ର, ସକାଳ ୭ଟା ୫୨ ମିନିଟ୍‌ ପରେ ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଘାତବାର ଏବଂ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକି ଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୪  ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଏକାଦଶ ଚନ୍ଦ୍ର, ଶନିବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୮, ଆରାଧନା: ମା’ ଷୋଡ଼ଶୀ । ।

କର୍କଟ : ଦଶମଚନ୍ଦ୍ର, ଶନିବାର ଏବଂ ସକାଳ ୭ଟା ୫୨ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ । କର୍ମରେ ଉନ୍ନତି ଏବଂ କର୍ମପ୍ରତି ଆନ୍ତରିକତା ଅଧିକ ରହିବ । ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଘାତବାର ଏବଂ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନ ବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୦, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ସପ୍ତମଚନ୍ଦ୍ର, ଶନିବାର ଯୋଗୁ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ  ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୦୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :   ଷଷ୍ଠ ଚନ୍ଦ୍ର, ସକାଳ ୭ଟା ୫୨ ମିନିଟ୍‌ ପରେ ଷଷ୍ଠୀତିଥି ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଆପଣଙ୍କର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ :   କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ପ୍ରୟୋଗରେ ଅସଫଳ ହେବେ ଏବଂ ସନ୍ତାନ ମାନଙ୍କ କର୍ମକୁ ନେଇ ଚିନ୍ତିତ ରହିବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : କୃଷ୍ଣ ପକ୍ଷର ଚତୁର୍ଥ ଚନ୍ଦ୍ର, ଶନିବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା :  ମା’ ବିମଳା ।

କୁମ୍ଭ : ତୃତୀୟଚନ୍ଦ୍ର, ଶନିବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ କର୍ମନିଯୁକ୍ତି ମିଳିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ  । ଶୁଭରଙ୍ଗ :  ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଓ ପରିବହନ ବ୍ୟବସାୟରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଉନ୍ମୋଚିତ ହେଲା ’ଭକ୍ତି ଅର୍ଘ୍ୟ’ ପୁସ୍ତକ

ଉନ୍ମୋଚିତ ହେଲା ’ଭକ୍ତି ଅର୍ଘ୍ୟ’ ପୁସ୍ତକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.