ସୁସ୍ଥ ହେଛନ୍ତି ମହାପ୍ରଭୁ । ଆଣସରର ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ । ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପିଡୀତ ହୋଇଥିବା ବେଳେ ଗତକାଲି ଏକାଦଶୀ ତିଥିରେ ଖଳିଲାଗି ଓ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ।