Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନଅ ଦିନର ଲୀଳାଖେଳା ପରେ ନୀଳକନ୍ଦରକୁ ବାହୁଡିବେ ମହାବାହୁ

Sanchar Live by Sanchar Live
July 8, 2025
in ଓଡିଶା
0
ନଅ ଦିନର ଲୀଳାଖେଳା ପରେ ନୀଳକନ୍ଦରକୁ ବାହୁଡିବେ ମହାବାହୁ
0
SHARES
16
VIEWS
FacebookTwitter

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ ଦିନ ଅର୍ଥାତ୍ ନୀଳାଦ୍ରି ବିଜେ। ବର୍ଷ ସାରା ରତ୍ନ-ସିଂହାସନରେ ବସି ଭକ୍ତ ଦୁଃଖ ଶୁଣୁଥିବା ବେଳେ ମାତ୍ର ନଅ ଦିନ ପାଇଁ କ୍ଷେତ୍ର-ପରିଦର୍ଶନରେ ଆସିଥାନ୍ତି କାଳିଆ ସାଆନ୍ତ। ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି। ଶାସ୍ତ୍ରରେ ଉଲ୍ଲେଖ ରହିଛି ଦ୍ଵାଦଶୀ ଦିନ ମହାପ୍ରଭୁ ନୀଳାଦ୍ରି ବିଜେ କରନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ଵାଦଶୀରେ ଅଧରପଣା ଓ ତ୍ରୟୋଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଥାଏ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ।

ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ବଢ଼ିଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥାଏ।

ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢ଼ାଇଥାନ୍ତି। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ୱାର ଖୋଲିଯାଏ। ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ।

ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ୱାର ଫିଟିଥାଏ।

ମହାପ୍ରଭୁ ପହଣ୍ଡି ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘରଠାରେ ପହଞ୍ଚିବା ପରେ ଗଇଁଠାଳ ଫିଟେ ଓ ବନ୍ଦାପନା, ରସଗୋଲା ଭୋଗ ଇତ୍ୟାଦି ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ସମାହିତ ହୋଇଥାଏ। ଏହା ପରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥାନ୍ତି। ଏଇଠି ସରେ ମହାପ୍ରଭୁଙ୍କ ଘୋଷଯାତ୍ରାର ମାନବୀୟ ଲୀଳା। ତେବେ ବର୍ଷକୁ ଗୋଟିଏ ଦିନ ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ।

Tags: niladri bijepuriratha jatra
ShareTweetShareSend
Sanchar Live

Sanchar Live

Next Post
ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ
  • ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର
  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.