Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

Sanchar Live by Sanchar Live
July 8, 2025
in ଓଡିଶା
0
ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ
0
SHARES
15
VIEWS
FacebookTwitter

ଓଡ଼ିଶାର ମିଷ୍ଟାନ୍ନଗୁଡ଼ିକ ଭିତରେ ରସଗୋଲା ଯେ, କେତେ ଗୁରୁତ୍ୱ ବହନ କରେ ଏକଥା କୌଣସି ଓଡ଼ିଆକୁ ବୁଝାଇବା ଦରକାର ନାହିଁ। ଏହାର ସମ୍ବନ୍ଧ ଭାରତୀୟ ଧର୍ମ, ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ। ରସଗୋଲାର ପରମ୍ପରା ବହୁ ପ୍ରାଚୀନ କାଳରୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ତଥା ରଥଯାତ୍ରା ସହ ଜଡ଼ିତ ରହିଛି।

ରସଗୋଲା ଦିବସ ପ୍ରତିବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ ଅବସରରେ ପାଳିତ ହୁଏ । ସାରା ବିଶ୍ବରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ। ୨୦୧୫ ଜୁଲାଇ ୩୦ ନୀଳାଦ୍ରିବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡିଆ ପ୍ରଚାରରୁ ଆରମ୍ଭ ହୋଇଥିଲା । ଏହାପରେ ୧୭ ଜୁଲାଇ ୨୦୧୬ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡ଼ିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ପଶ୍ଚିମବଙ୍ଗ ‘ରସଗୁଲ୍ଲା’ ତାଙ୍କର ବୋଲି ଦାବି କରିଥିଲା । ୧୮୬୮ ମସିହାରେ କଲିକତାରେ ନବୀନ ଚନ୍ଦ୍ର ଦାସ ପ୍ରଥମେ ‘ରସଗୁଲ୍ଲା’ ତିଆରି କରିଥିଲେ ବୋଲି ଯୁକ୍ତି କରିଥିଲା ପଶ୍ଚିମବଙ୍ଗ । ତେବେ ୨୦୧୯ ମସିହା ଜୁଲାଇ ମାସ ୨୯ ତାରିଖରେ ଓଡ଼ିଶାର ରସଗୋଲାକୁ ଜିଆଇ ଟ୍ୟାଗ୍‌ ମିଳିଥିଲା ।
ସୁନାବେଶ ଓ ଅଧରପଣା ପରେ ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି । ଏହାକୁ ‘ନୀଳାଦ୍ରି ବିଜୟ’ ବା ‘ନୀଳାଦ୍ରିବିଜେ’ କୁହାଯାଏ। ରଥଯାତ୍ରାରେ ପ୍ରଭୁ ଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ, ବଡ଼ ଭାଇ ବଳଭଦ୍ର ଓ ଭଉଣୀଙ୍କ ସହ ଗୁଣ୍ଡିଚା ମନ୍ଦିରକୁ ଚାଲିଯାଇଥାନ୍ତି । ଯେଉଁଥିପାଇଁ ଅଭିମାନରେ ଥାନ୍ତି ମା’ଲକ୍ଷ୍ମୀ। ଜଗନ୍ନାଥ ବଡ଼ଦେଉଳକୁ ଫେରୁଥିବା ଜାଣି ମା’ ଲକ୍ଷ୍ମୀ ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରି ଦେଇଥାନ୍ତି। ସେହି ସମୟରେ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବାକୁ ଯାଇ ଶ୍ରୀଜଗନ୍ନାଥ ରସଗୋଲା ଦିଅନ୍ତି। ଏହି ଦିନ ଶ୍ରଦ୍ଧାଳୁ ମଧ୍ୟ ବଡ଼ଦାଣ୍ଡରେ ଶ୍ରୀଜଗନ୍ନାଥଙ୍କୁ ରସଗୋଲା ଅର୍ପଣ କରନ୍ତି। ଓଡ଼ିଶାର ପ୍ରସିଦ୍ଧ ରସଗୋଲା ଭିତରେ ରହିଛି ପାହାଳରେ ପ୍ରସ୍ତୁତ ରସଗୋଲା ଓ ବିକଳାନନ୍ଦ କରଙ୍କ ସାଲେପୁର ରସଗୋଲା, ଯାହାକି ଦେଶ ବିଦେଶରେ ବେଶ୍ ପରିଚିତ । ଦ୍ବାଦଶ ଶତାବ୍ଦୀରୁ ଶ୍ରୀମନ୍ଦିରରେ ରସଗୋଲା ଭୋଗ ହେବାର ପରମ୍ପରା ରହିଆସିଛି ବୋଲି ଐତିହାସିକ ଓ ଗବେଷକମାନେ ମତ ଦିଅନ୍ତି।
Tags: Niladribijeodisharasagola divas
ShareTweetShareSend
Sanchar Live

Sanchar Live

Next Post
ପୁଣି ରାଜ୍ୟ ବିଜେପି ସଭାପତି ହେଲେ ମନମୋହନ ସାମଲ

ପୁଣି ରାଜ୍ୟ ବିଜେପି ସଭାପତି ହେଲେ ମନମୋହନ ସାମଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.