ରାଜ୍ୟରେ ଆଉ ୪ ଦିନ ବର୍ଷା । କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏ ବର୍ଷାର ସମ୍ଭାବନା ରହିଛି ।
ପ୍ରଭାବରେ ଗତକାଲି ବିଭିନ୍ନ ଜିଲ୍ଲା ଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜିଠାରୁ କମିବ ବର୍ଷାର ପରିମାଣ ଓ ବିସ୍ତୃତି । ୧୩ ତାରିଖରେ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅନ୍ୟ ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି ।
