ସଂଚାର ବ୍ୟୁରୋ: ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍ । ଜୁଲାଇ ୨୪ ଅର୍ଥାତ୍ ଗୁରୁବାର କମିଛି ସୁନା ଦାମ୍ । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୦,୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨ ,୫୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୦,୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୨ ହଜାର ୫୫୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୦୦,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୨ ହଜାର ୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୦୧,୧୨୦ ଟଙ୍କା ଓ ୨୨ କ୍ୟାରେଟ୍ ୯୨,୭୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୦,୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୨ ହଜାର ୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୦୦,୯୭୦ ଓ ୯୨ ହଜାର ୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୮ ,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।