ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଜୁଲାଇ ୨୯ ଅର୍ଥାତ୍ ମଙ୍ଗଳବାର ପୁଣି ୧୧୦ ଟଙ୍କା ହ୍ରାସ ହୋଇଛି ସୁନା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ହ୍ରାସ ହୋଇଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯, ୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୫୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୫୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୫୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୧,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯,୮୨୦ ଓ ୯୧ ହଜାର ୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬ ,୦୦୦ ଟଙ୍କା ହୋଇଛି ।