ଆଜି ଶ୍ରାବଣ କୃଷ୍ଣ ସପ୍ତମୀ ତିଥି । ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରାୟ ସାଢେ ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟା.୩୦ରୁ ରାତ୍ର ୧୧ଟା ପର୍ଯ୍ୟନ୍ତ ପ୍ରାୟ ସାଢେ ଚାରିଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।