ସଂଚାର ବ୍ୟୁରୋ: ଆଜି ନୂଆଁଖାଇ । ପଶ୍ଚିମ ଓଡ଼ିଶାର ଗଣପର୍ବ । ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ପୂରା ପରିବାର ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି । ପୂର୍ବାହ୍ନ ୧୦ଟା ୩୩ ରୁ ୧୦ଟା ୫୫ ମଧ୍ୟମରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ଲାଗି ହେବ ନବାନ୍ନ ।
ଏହା ପରେ ମାଆଙ୍କ ସର୍ବସାଧାରଣ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲାଯିବ । ମାଁ ସମଲେଶ୍ୱରୀଙ୍କ ପୀଠ ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି । ମାଙ୍କ ପାଇଁ ନବାନ୍ନ ମୁଖ୍ୟ ପୂଜକଙ୍କ ସମେତ ଆଉ ଦୁଇ ପୂଜକଙ୍କ ଘରେ ପ୍ରସ୍ତୁତ ହେଉଛି । ଆଉ ମାତ୍ର କେଇଁ ଘଣ୍ଟାର ଅପେକ୍ଷା । ନୂଆଁଖାଇ ପାଇଁ ପୂରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର । ପାରମ୍ପରିକ ନୃତ୍ୟ ବାଦ୍ୟରେ ଦୁଲୁକିବ ଗାଁ ଦାଣ୍ଡ । ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ସାଂସ୍କୃତି କାର୍ଯ୍ୟକ୍ରମ ପରିବେଷଣ ହେବ ।

