Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍

Sanchar Live by Sanchar Live
October 8, 2025
in ଓଡିଶା
0
ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍
0
SHARES
15
VIEWS
FacebookTwitter

ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ କଟକ ବାଲିଯାତ୍ରା । ତେବେ ଚଳିତ ବର୍ଷ ବାଲିଯାତ୍ରା ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ । ଏଥର ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍ । ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି । ଏନେଇ କଟକ ଜିଲ୍ଲାପାଳ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରାଯାଇଛି । ବାଲିଯାତ୍ରା ଗ୍ରାଉଣ୍ଡ୍‌ର ୫ କିମି ପରିଧି ପାଇଁ ଏହି କଟକଣା ଜାରି କରାଯାଇଛି । ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍‌ ଗ୍ଲାଇଡର୍ସ ଉଡ଼ାଣ ମନା କରାଯାଇଛି । ସେହିପରି ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ, UAV, ଡ୍ରୋନ୍‌ ମନା କରାଯାଇଛି । ଏଥର ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି । ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ ।

ସେପଟେ ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଛି ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ । ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ କରିପାରିବେ । ୧୦୦ ଟଙ୍କା ଦେଇ ଫର୍ମ ନେଇ କରିପାରିବେ ଏହି ଆବେଦନ । cuttack.odisha.gov.in ୱେବସାଇଟରେ ଅଧିକ ବିବରଣୀ ପାଇପାରିବେ । ଖାଦ୍ୟ ପାଇଁ ଅଲଗା ଓ ଅନ୍ୟାନ୍ୟ ପାଇଁ ଅଲଗା ଅଲଗା ଆବେଦନ କରି ପାରିବେ ବ୍ୟକ୍ତି ଓ ଅନୁଷ୍ଠାନ । ଚଳିତ ବର୍ଷ ପ୍ଲଟ ପଞ୍ଜିକରଣ ୫ ହଜାର ଟଙ୍କା ରଖାଯାଇଛି ।

ସେପଟେ ଚଳିତ ବର୍ଷ ବାଲିଯାତ୍ରାର ନାଁ ପରିବର୍ତ୍ତନ କରାଯାଇଛି । ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ଏଥର ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ଏଥିରେ ରହିବ ।

ତେବେ ଚଳିତ ବର୍ଷ ଉପର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଆୟୋଜନ ନ କରିବା ନେଇ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଯାହାକୁ ନେଇ ବିଭିନ୍ନ ମାହୋଲରେ ଜିଲ୍ଲା ପ୍ରଶାସନର ନିଷ୍ପତ୍ତିକୁ ତୀବ୍ର ବିରୋଧ କରାଯାଇଥିଲା । ଉପର ପଡ଼ିଆରେ ବାଲିଯାତ୍ରା ପାଇଁ ଦାବି ଜୋର ଧରିଥିଲା । ଏହାପରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା ।

ଏହାପରେ ଉପର ବାଲିଯାତ୍ରା ପଡ଼ିଆରେ ଆୟୋଜନ ହେବ ନେଇ ନିଷ୍ପତ୍ତି ନିଆଯାଇଥିଲା । ହେଲେ ତାହା ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ନିର୍ଭର କରିବ । ଉପର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନ ଏକ ପ୍ଲାନ୍ ପ୍ରସ୍ତୁତ କରି ହାଇକୋର୍ଟଙ୍କ ନିକଟରେ ଉପସ୍ଥାପନ କରିବ । ହାଇକୋର୍ଟ ଏନେଇ ଅନୁମତି ଦେଲେ ନୂତନ ପ୍ଲାନ୍ ସହିତ ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନ କରାଯିବ ବୋଲି କହିଥିଲେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ।

Tags: balijatracuttackNo drone zone
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି ଆପଣଙ୍କ ଦିନ କିପରି କଟିବ

ଜାଣନ୍ତୁ ଆଜି ଆପଣଙ୍କ ଦିନ କିପରି କଟିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.