Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା

Sanchar Live by Sanchar Live
October 27, 2025
in ଓଡିଶା
0
ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା
0
SHARES
92
VIEWS
FacebookTwitter

ସଂଚାର ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ  ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି । ୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା । ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ । ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବାତ୍ୟା ମୋନ୍ଥା ପ୍ରଭାବରେ ପାଗ ବଦଳିବ । ୨୯ ତାରିଖ ଯାଏ ଉପପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାତ୍ୟା ପ୍ରଭାବରେ ଆଜି(ସୋମବାର)ଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୩୦ରୁ ୫୦ କିଲୋମିଟର ଯାଏ ପବନ ବହିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି(ମଙ୍ଗଳବାର) ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡା, ମାଲାକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡି ସହ ଘଣ୍ଟାପ୍ରତି ୬୦ରୁ ୮୦କିମି ବେଗରେ ପବନ ବହିପାରେ । ଏଥିସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏହା ସହିତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୬୦ରୁ ୮୦କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । । ଏଥିସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ବି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୭୦କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ନଜରରେ ରଖି ୨୯ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବା ଲାଗି ପରାମର୍ଶ ଦିଆଯାଇଛି । ରାଜ୍ୟର ସମସ୍ତ ବନ୍ଦର ଗୁଡ଼ିକ ପାଇଁ ୧ନଂ ବିପଦ ସଙ୍କେତ ଜାରି କରାଯାଇଛି ।

Tags: cycloneodishaweather update
ShareTweetShareSend
Sanchar Live

Sanchar Live

Next Post
ଜେଲ୍‌ରେ ଗ୍ୟାଙ୍ଗ ୱାର : କଏଦୀଙ୍କ ଆକ୍ରମଣରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ସମେତ ୪ ୱାର୍ଡର ଆହତ

ଜେଲ୍‌ରେ ଗ୍ୟାଙ୍ଗ ୱାର : କଏଦୀଙ୍କ ଆକ୍ରମଣରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ସମେତ ୪ ୱାର୍ଡର ଆହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.