Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା

Sanchar Live by Sanchar Live
November 4, 2025
in ଓଡିଶା
0
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣମୀ । ସୁନାବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଆଜି ମଧ୍ୟରାତ୍ରରୁ ହିଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭକ୍ତଙ୍କ ସମାଗମ ହେବା ସହ ମଧ୍ୟରାତ୍ରରେ ଦର୍ଶନ ଆରମ୍ଭ ହେବ । ତେଣୁ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ନୀତିକାନ୍ତି କିଭଳି ହୋଇପାରିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ସହ ଆଲୋଚନା କରାଯାଇଛି ।

ତେବେ ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଲକ୍ଷଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବଗଲା ଧର୍ମଶାଳାଠାରୁ ପ୍ରଶାସନ ପକ୍ଷରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ରେ ଭକ୍ତମାନେ ଆସି ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନିଦ୍ବାର ଦେଇ ପ୍ରସ୍ଥାନ କରିବେ । ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ସମୁଦାୟ ୪୫ ପ୍ଲାଟୁନ ପୋଲିସ ଫୋର୍ସ ସହ ଦୁଇଟି ବେଳାଭୂମିରେ ସୁରକ୍ଷିତ ସ୍ନାନ ଓ ଡଙ୍ଗା ଭସା ପାଇଁ ୩୭୦ ଲାଇଫଗାର୍ଡଙ୍କ ସହ ଦୁଇଟି ଓଡ୍ରାଫ୍ ଟିମ୍ ମୁତୟନ ହେବ ବୋଲି ଏସପି କହିଛନ୍ତି ।

ଅନ୍ୟପଟେ ଶ୍ରୀମନ୍ଦିର ବାହାରେ ଓ ଭିତରେ ଭକ୍ତଙ୍କ ସୁରକ୍ଷା ବ୍ୟବସ୍ଥା ସହ ତୀର୍ଥ ପୁଷ୍କରିଣୀରେ ଅଗ୍ନିଶମ ବିଭାଗ କର୍ମଚାରୀ ମୁତୟନ ରହିବେ । କିଛି ଅଘଟଣ ଘଟିଲେ ତ୍ୱରିତ ବେଗରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଏହାକୁ ସମାଧାନ କରିବେ । ସେନେଇ ଆଜି ଶ୍ରୀମନ୍ଦିର ନିକଟରେ ଡେମୋ ଦେଖାଯାଇଛି । ସେପଟେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ହବିଷ୍ୟାଳି ମା’ମାନେ ବେଳାଭୂମିରେ ଓ ବିଭିନ୍ନ ତୀର୍ଥପୁଷ୍କରିଣୀରେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଉଦଯାପିତ କରିବେ । ତେବେ କେବଳ ପୁରୀ ସହରରେ ନୁହେଁ ବରଂ କୋଣାର୍କ, ଚନ୍ଦ୍ରଭାଗା, ବାଲିହରଚଣ୍ଡୀ ବେଳାଭୂମିରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି ପୁରୀ ଏସପି କହିଛନ୍ତି ।

ସେପଟେ ଆଜି ପଞ୍ଚୁକର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ଲକ୍ଷ୍ମୀନୃସିଂହ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଚଳିତ ଥର ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ଅନୁଷ୍ଠିତ ହେଉଥିବା ବେଳେ ନୀତିବହୁଳ ଦୃଷ୍ଟିରୁ ମହାପ୍ରଭୁଙ୍କ ଦୁଇଦିନ ପହୁଡ ନୀତି ହୋଇନାହିଁ । ତେବେ ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି । ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ ବାଗିଆ ଲଗାଯାଇଥାଏ। ତେଣୁ ଏହି ବେଶକୁ ଆଡକିଆ ବେଶ ମଧ୍ୟ କୁହାଯାଏ ।

Tags: kartik purnimapurisecurity
ShareTweetShareSend
Sanchar Live

Sanchar Live

Next Post
ଛତିଶଗଡ଼ର ବିଳାସପୁରରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା, ୧୦ ଯାତ୍ରୀ ମୃତ

ଛତିଶଗଡ଼ର ବିଳାସପୁରରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା, ୧୦ ଯାତ୍ରୀ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.