Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ଗୁରୁ ଦିବସ

Sanchar Live by Sanchar Live
September 5, 2024
in ଓଡିଶା
0
ଆଜି ପବିତ୍ର ଗୁରୁ ଦିବସ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ୍‌ ଈଶ୍ବର । ଈଶ୍ବରଙ୍କ ଅନ୍ୟ ରୂପ ହେଲେ ଗୁରୁ। ଗୁରୁ ହେଉଛନ୍ତି ସାକ୍ଷାତ୍‌ ପରମ୍‌ବ୍ରହ୍ମ। ଭାରତବର୍ଷର ଗୁରୁଶିଷ୍ୟ ପରମ୍ପରା ବହୁ ପ୍ରାଚୀନ। ବିନା ଗୁରୁରେ କେହି କେବେ ସଫଳତାର ଶିଖର ଛୁଇଁପାରି ନ ଥାଏ। ବିଦ୍ୟାଳୟରେ ଗୁରୁଙ୍କ ବେତ ପାହାର ପିଲାର ଉତ୍ତମ ଜୀବନ ଗଠନରେ ସହାୟକ ହୁଏ।

କଞ୍ଚାମାଟି ପିଣ୍ଡୁଳାକୁ ସୁନ୍ଦର ପ୍ରତିମା ରୂପେ ଗଢ଼ିବାରେ ନିରନ୍ତର ଚେଷ୍ଟା କରିଥାନ୍ତି ଗୁରୁ। ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି, ସେ ହିଁ ଗୁରୁ। ବାପାମା’ଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢ଼ିବା ପାଇଁ ସଠିକ୍ ମାର୍ଗ ଦେଖାଇଥାନ୍ତି। ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବାରେ ତାଙ୍କ ଅବଦାନ ଥାଏ ଖୁବ୍ ଗୁରୁତ୍ବପୂର୍ଣ୍ଣ। ପାଠଠାରୁ ଖେଳକୁଦ ପୁଣି ନୃତ୍ୟ ସଙ୍ଗୀତ ଅଭିନୟ, ସବୁ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଗୁରୁଙ୍କ ଯୋଗଦାନ ଲୋଡ଼ାଥାଏ । ଛାତ୍ରର ମାର୍ଗଦର୍ଶକ ସାଜି ଛାତ୍ରକୁ ଭଲ ମଣିଷ ରୂପେ ଗଢ଼ିତୋଳିବାରେ ଗୁରୁଙ୍କ ଭୂମିକା ସର୍ବାଗ୍ରେ। ତେଣୁ ଭାଗବତରେ ଅଛି ”ଗୁରୁ ନ ଥାଇ ତୁ ଅର୍ଜୁନ, କାହୁଁ ପାଇବୁ ସଦଜ୍ଞାନ।” ଶିକ୍ଷାର୍ଥୀ-ଶିକ୍ଷକ-ଶିକ୍ଷାୟତନ ତ୍ରିଭୁଜ ଭଳି। ପ୍ରତ୍ୟେକ ପରସ୍ପରର ପରିପୂରକ। ଜଣକ ବିନା ଅନ୍ୟର ସ୍ଥିତି ନିରର୍ଥକ। ଭାରତୀୟ ସଂସ୍କୃତି ହିଁ ଗୁରୁ-ଶିଷ୍ୟ ପରମ୍ପରା ଉପରେ ପ୍ରତିଷ୍ଠିତ। ଅତୀତରେ ଗୁରୁକୁଳ ଆଶ୍ରମଗୁଡ଼ିକରେ ଶିଷ୍ୟମାନଙ୍କୁ ସାଧୁତା-ନୈତିକତା ମୂଲ୍ୟବୋଧ ସମ୍ବନ୍ଧୀୟ ଶିକ୍ଷା ପ୍ରଦାନ କରାଯାଉଥିଲା। ଗୁରୁଙ୍କ ଭିତରେ ଯେ ବିଶ୍ବ ଓ ବିଶ୍ବ ଭିତରେ ଯେ ଗୁରୁଙ୍କୁ ଅନୁଭବ କରେ ସେ ଗୁରୁକୃପା ଲାଭ କରିଥାଏ। ବିନା ଗୁରୁରେ ଜୀବନରେ ଗତି, ମୁକ୍ତି, ମୋକ୍ଷ ପ୍ରାପ୍ତି ସମ୍ଭବ ନୁହେଁ।

ଆମ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁ ଦିବସ ଭାବେ ପାଳନ କରାଯାଏ। ଭାରତର ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମତିଥିରେ ପାଳିତ ହୁଏ ଗୁରୁ ଦିବସ। ୧୮୮୮ ମସିହା ଆଜିର ଦିନରେ ତାମିଲନାଡ଼ୁର ତିରୁଟ୍ଟନୀ ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ। ଶିକ୍ଷା ପ୍ରତି ଥିବା ତାଙ୍କର ଅବଦାନକୁ ମନେ ରଖିବା ପାଇଁ ଏହି ଦିବସ ପାଳନ କରାଯାଏ। ୧୯୬୨ ମସିହାରେ ସେ ଭାରତର ଦ୍ବିତୀୟ ରାଷ୍ଟ୍ରପତି ହେେଲ। ସେ ରାଷ୍ଟ୍ରପତି ଥିବା ସମୟରେ ବହୁ ଛାତ୍ରଛାତ୍ରୀ ତାଙ୍କର ଜନ୍ମଦିନ ପାଳନ କରିବାକୁ କହିଥିଲେ। ମାତ୍ର ସେ ସେମାନଙ୍କୁ ନିଜ ଜନ୍ମଦିନ ପାଳିବାକୁ ମନା କରିଥିଲେ। ଜନ୍ମଦିନ ପାଳନ କରିବା ଅପେକ୍ଷା ଏହି ଦିନକୁ ଗୁରୁମାନଙ୍କ ଦିବସ ଭାବେ ପାଳନ କରାଗଲେ, ତାହା ତାଙ୍କ ପାଇଁ ବଡ଼ ସମ୍ମାନ ହେବ ବୋଲି କହିଥିଲେ। ସେବେଠୁ ତାଙ୍କ ଜନ୍ମଦିବସକୁ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇ ଆସୁଛି। ରାଧାକ୍ରିଷ୍ଣନ୍‌ଙ୍କ କ୍ୟାରିୟର ଶିକ୍ଷକତାରୁ ଆରମ୍ଭ ହୋଇଥିଲା। ଶିକ୍ଷାର ମହତ୍ତ୍ବ ଉପରେ ସଚେତନତା ସୃଷ୍ଟି କରିବା ସହ ଦେଶର ସାକ୍ଷରତା ହାର କିଭଳି ଉପରକୁ ଉଠିବ, ତାହା ଥିଲା ତାଙ୍କର ଲକ୍ଷ୍ୟ। ସେ ଭାରତୀୟ ଦର୍ଶନ, ଧର୍ମ ଦର୍ଶନରେ ଶିକ୍ଷାଦାନ କରିଥିଲେ। ବେଦ, ଉପନିଷଦକୁ ସେ ଅତି ସୁନ୍ଦର ଭାବେ ବ୍ୟାଖ୍ୟା କରୁଥିଲେ। ଶିକ୍ଷା ପ୍ରତି ଥିବା ତାଙ୍କ ଅବଦାନକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଏହି ଦିନ ସ୍କୁଲ, କଲେଜ ତଥା ବିଭିନ୍ନ ଅନୁଷ୍ଠାନରେ ଗୁରୁ ଦିବସ ପାଳନ କରାଯାଏ।

Tags: guru diwasodisha
ShareTweetShareSend
Sanchar Live

Sanchar Live

Next Post
କନ୍ନଡ ଆକ୍ଟର ଦର୍ଶନ ଥୁଗୁଦୀପାଙ୍କ ବଢିଲା ଅଡୁଆ

କନ୍ନଡ ଆକ୍ଟର ଦର୍ଶନ ଥୁଗୁଦୀପାଙ୍କ ବଢିଲା ଅଡୁଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.