ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୯,୧୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୬,୭୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୯,୧୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୬,୭୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୯,୧୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୬,୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୯,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୬,୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୦,୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୮,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୯,୧୩୦ ଓ ୧,୩୬,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।

