ଉପରମୁହାଁ ହେବ ପାରଦ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବ। ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ହେବାର ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗ୍ରୀଷ୍ମ ପ୍ରବାହ ନେଇ ଜାରି ହୋଇଛି ୟେଲୋ ଆଲର୍ଟ। ଆସନ୍ତା ୨୪ ଘଣ୍ଟା ପାଇଁ ଗରମ ଗୁଳୁଗୁଳି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ଜାରି ହୋଇଛି ଗ୍ରୀଷ୍ମ ପ୍ରବାହ।ଏଥିସହ ଦିନ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିବାର ଆକଳନ କରିଚି ପାଣିପାଗ କେନ୍ଦ୍ର।
ରାଜଧାନୀ ଭୁବନେଶ୍ଵର ବି ହେଲାଣି ପ୍ରବଳ ଗୁଳୁଗୁଳି ଏମିତି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ। ତାପମାତ୍ରା ୪ରୁ ୬ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି। ୧୧ରୁ ୧୬ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ପାଖ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଏବଂ ୧୩ ଓ ୧୪ ତାରିଖରେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ (ହିଟ୍ ୱେଭ) ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କତା ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି। ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ଯିବାବେଳେ ଲୋକେ ସତର୍କ ରହିବାକୁ
ସ୍ବତନ୍ତ୍ର ରିଲିଫ କମିଶନର ପରାମର୍ଶ ଦେଇଛନ୍ତି।

