ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୬,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୩,୮୫୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନଶେ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୬,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୩,୮୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୯୩୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୩,୮୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୭,୦୮୦ ଟଙ୍କା ଓ ୨୨ କ୍ୟାରଟେ ୧,୪୪,୦୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୬୦,୯୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୭,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୬,୯୩୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୩,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୦,୦୦୦ ଟଙ୍କା ହୋଇଛି ।
