ଦେବାଶିଷ ସାମନ୍ତରାୟ ବିଜେଡିରୁ ଇସ୍ତଫା ଦେବା ପରେ ବିଜେଡିର ସାମ୍ବାଦିକ ସମ୍ମିଳନୀ । ବିଜେଡି ମୁଖପାତ୍ର ଲେଲିନ୍ ମହାନ୍ତି କହିଛନ୍ତି , ଦେବାଶିଷ ସାମନ୍ତରାୟ ଦଳ ଛାଡ଼ିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ । ସେ ଦଳରୁ ୫ ଥର ଟିକେଟ ନେଇଛନ୍ତି । ନିଜ ଭୁଲ ପାଇଁ ୨ଥର ହାରିଛନ୍ତି , ଏବେ ରାଜ୍ୟସଭା ଯାଇଛନ୍ତି । ସେ ନିଜ ସ୍ୱାର୍ଥ ପାଇଁ ଦଳ ଛାଡିଛନ୍ତି । ସେ ଦଳରୁ ଆଉ କେତେ ନେଇଥାନ୍ତେ ।
ସେ ଆହୁରି ମଧ୍ୟ କହିଛନ୍ତି , ଗତ ୪ ବର୍ଷରେ ଦଳ ପାଇଁ ତାଙ୍କର କୌଣସି ଅବଦାନ ନାହିଁ । ଦଳର ପ୍ରତିକୂଳ ପରିସ୍ଥିତିରେ ସେ ଦଳ ସହ ନାହାନ୍ତି । ସେ ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ଦଳ ଛାଡ଼ିଛନ୍ତି , କଟକରେ ତାଙ୍କର ସଂଗଠନ ନାହିଁ । ଦିଲ୍ଲୀରେ କେବେ ତାଙ୍କ ସ୍ୱର ନଥିଲା । ଅନେକ ଲୋକ ଅଛନ୍ତି ଦିଲ୍ଲୀରେ ଦଳର ସ୍ୱର ଉଠାଇବା ପାଇଁ । ଦଳରେ ବର୍ତ୍ତମାନ କର୍ମୀ ସଂଖ୍ୟା ବଢ଼ୁଛନ୍ତି । ତାଙ୍କ ପ୍ରାପ୍ୟଠାରୁ ଅଧିକ ବିଜେଡି ଦେଇଛି
