Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଏହି ୧୨ ଜିଲ୍ଲାରେ ପ୍ରବଳ କୁଟିବ

Sanchar Live by Sanchar Live
September 9, 2024
in ଓଡିଶା
0
ଏହି ୧୨ ଜିଲ୍ଲାରେ ପ୍ରବଳ କୁଟିବ
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ:  ଆସନ୍ତା ୪୮ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ହେବ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି । ଘଣ୍ଟା ପ୍ରତି ୭ କିମି ବେଗ ଆଗକୁ ବଢ଼ୁଛି। ମଧ୍ୟାହ୍ନ ସୁଦ୍ଧା ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୫ ଜିଲ୍ଲାରେ ଭୀଷଣ ବର୍ଷାର ଆଶଙ୍କା ରହିଛି।

ବାକି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ଆଲର୍ଟ ଜାରି। ଏହା ପ୍ରଭାବରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଓଡ଼ିଶା ଉପକୂଳକୁ ଲାଗି ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଆଡ଼କୁ ଗତି କରୁଛି ଗଭୀର ଅବପାତ। ସୋମବାର ମଧ୍ୟାହ୍ନ ସୁଦ୍ଧା ପୁରୀ ଓ ଦୀଘା ମଧ୍ୟରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାର ଓ ମଙ୍ଗଳବାର ଦୁଇ ଦିନ ରାଜ୍ୟରେ ଏହାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳରେ ଭୀଷଣ ବର୍ଷା ହୋଇପାରେ । ଏହି ୫ ଜିଲ୍ଲାରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଗଞ୍ଜାମ, କୋରାପୁଟ, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୋନପୁର, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ଭୀଷଣ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ଗାଁ ଓ ସହରର ତଳିଆ ଅଞ୍ଚଳରେ ପାଣି ଜମିବ। ନର୍ସରୀ ବେଡ୍, ଧାନ କ୍ଷେତରେ ପାଣି ଜମିବା ଆଶଙ୍କା ଅଛି । ଏଥିପାଇଁ ଜଳ ନିଷ୍କାସନ ବ୍ୟବସ୍ଥା ରଖିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ମତ୍ସଜୀବିମାନେ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) । ସଂପୃକ୍ତ ଜିଲ୍ଲା ପ୍ରଶାସନ ବର୍ଷା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ସହରାଞ୍ଚଳରେ ଡ୍ରେନ୍ ସଫା ରଖିବା ସହ ଜଳ ନିଷ୍କାସନ ବ୍ୟବସ୍ଥା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ଥିବାରୁ ଏଥିପାଇଁ ପମ୍ପ ରଖିବାକୁ କୁହାଯାଇଛି। ବର୍ଷା ସହିତ ଘଡ଼ଘଡ଼ି ଆଶଙ୍କା ଥିବାରୁ ଲୋକେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ମଙ୍ଗଳବାର ବି ନିର୍ଧୁମ ବର୍ଷିବ। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି। ଏ ସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ । ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ବୌଦ୍ଧରେ ବି ପ୍ରବଳ ବର୍ଷା ହେବ। ୧୧ ତାରିଖରେ ବି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରି କହିଛନ୍ତି, ସୋମବାର ମଧ୍ୟାହ୍ନରୁ ମଙ୍ଗଳବାର ମଧ୍ୟାହ୍ନ ଯାଏ ଭାରୀ ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, ଫୁଲବାଣୀ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ । କିନ୍ତୁ ବୁଧବାର ବର୍ଷା କମିଯିବ ଓ ବିକ୍ଷିପ୍ତ ସ୍ଥାନରେ ହେବ ।

Tags: odisharain
ShareTweetShareSend
Sanchar Live

Sanchar Live

Next Post
ଲଗାଣ ବର୍ଷାରେ ବେହାଲ ସମଗ୍ର ମାଲକାନଗିରି ଜିଲ୍ଲା

ଲଗାଣ ବର୍ଷାରେ ବେହାଲ ସମଗ୍ର ମାଲକାନଗିରି ଜିଲ୍ଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.