Saturday, June 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପାହାଡ଼ପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Sanchar Live by Sanchar Live
June 20, 2026
in ଓଡିଶା
0
ପାହାଡ଼ପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
0
SHARES
12
VIEWS
FacebookTwitter

ପାହାଡ଼ପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ମୋଦି। ରାଷ୍ଟ୍ରପତିଙ୍କ ଗାଁ ପାହାଡ଼ପୁର ବୁଲିବେ ମୋଦି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୮ତମ ଜନ୍ମଦିନ ଅବସରରେ ମୟୂରଭଞ୍ଜରେ ସୃଷ୍ଟି ହୋଇଛି ଏକ ଐତିହାସିକ ମୁହୂର୍ତ୍ତ । ନିଜ ଜନ୍ମଭୂମିରେ ଜନ୍ମଦିନ ପାଳନ କରୁଥିବା ମହାମହିମଙ୍କୁ ଶୁଭେଚ୍ଛା ଜଣାଇବା ସହ ସାକ୍ଷାତ କରିବାକୁ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ । ୪୭,୬୦୦ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପ ଭେଟିଦେବେ । ଏହା ପରେ ସ୍ଥାନୀୟ ଗୋସାଣୀ ପୀଠ ପରିଦର୍ଶନ କରି ପ୍ରାର୍ଥନା କରିବେ ।​ ପାହାଡ଼ପୁର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ପ୍ରାୟ ଏକ ଘଣ୍ଟା ସମୟ ଅତିବାହିତ କରିବେ । ସେଠାରେ ପ୍ରଧାନମନ୍ତ୍ରୀ ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ଥାନୀୟ ବାସିନ୍ଦାମାନଙ୍କ ସହ ଆଲୋଚନା କରିବା ସହ ଏକ ବିଦ୍ୟାଳୟ, ଦକ୍ଷତା ବିକାଶ କେନ୍ଦ୍ର ଏବଂ ଆଞ୍ଚଳିକ ସଫଳତା ସମ୍ପର୍କିତ ପ୍ରଦର୍ଶନୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।

ପାହାଡ଼ପୁର ଗାଁ ହେଉଛି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶ୍ୱଶୁର ଘର ଗ୍ରାମ । ପ୍ରଧାନମନ୍ତ୍ରୀ ସେଠାରେ ଥିବା ପ୍ରସିଦ୍ଧ ‘ଗୋସାଣୀ ପୀଠ’ ସେବାଶ୍ରମକୁ ଯାଇ ପୂଜାର୍ଚ୍ଚନା କରିବେ । ଏହାପରେ ରାଜ୍ୟ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଇରଙ୍ଗପୁରଠାରେ ଆୟୋଜିତ ଜନସଭାରେ ପ୍ରଧାନମନ୍ତ୍ରୀ ଯୋଗଦେବେ । ସେଠାରେ ଏକ ବିଶାଳ ଜନସମୁଦ୍ରକୁ ସମ୍ବୋଧିତ କରିବା ସହ ରାଜ୍ୟର ଭିତ୍ତିଭୂମି, ରାସ୍ତାଘାଟ, ଜାତୀୟ ରାଜପଥ, ରେଳପଥ, ଜଳସେଚନ, ପାନୀୟ ଜଳ, ସ୍ୱାସ୍ଥ୍ୟ ଓ ଗ୍ରାମୀଣ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୪୬,୦୦୦ କୋଟିରୁ ଅଧିକ ଟଙ୍କାର ଅନେକ ପ୍ରକଳ୍ପର ଭେଟି ଦେବେ । ୬୦୦ ମେଗାୱାଟ୍ ବିଶିଷ୍ଟ ଅପର୍ ଇନ୍ଦ୍ରାବତୀ ପମ୍ପଡ୍ ଷ୍ଟୋରେଜ ପ୍ରକଳ୍ପ ଓ ଇବ୍ ଥର୍ମାଲ୍ ପାୱାର୍ ଷ୍ଟେସନର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣର ଶିଳାନ୍ୟାସ କରିବେ ।

ଝାରସୁଗୁଡ଼ା ଜିଲ୍ଲାର ଲଖନପୁରଠାରେ ‘ଭାରତ କୋଲ୍ ଗ୍ୟାସିଫିକେସନ୍ ଆଣ୍ଡ କେମିକାଲ୍ସ ଲିମିଟେଡ୍’ ପ୍ରକଳ୍ପ, କଟକ ଓ ଭୁବନେଶ୍ୱରକୁ ସିଧାସଳଖ ଯୋଡ଼ୁଥିବା କାଠଯୋଡ଼ି ନଦୀ ଉପରେ ନୂତନ ସେତୁ, ବୌଦ୍ଧ ଜିଲ୍ଲାର ଧଲପୁର-ହରଭଙ୍ଗା ରାସ୍ତାର ସମ୍ପ୍ରସାରଣ ଏବଂ NH-353 ର ନୂଆପଡ଼ାରୁ ଘାଟିପଡ଼ା ପର୍ଯ୍ୟନ୍ତ ୪-ଲେନ୍ ବିଶିଷ୍ଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ ଇନଡୋର ବ୍ୟାଡମିଣ୍ଟନ କମ୍ପ୍ଲେକ୍ସର ଶିଳାନ୍ୟାସ ହେବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୪ଟି ଅଟଳ ବସ୍ ଷ୍ଟାଣ୍ଡ ଓ ୯ଟି ଅଟୋମେଟେଡ୍ ଟେଷ୍ଟିଂ ଷ୍ଟେସନ, ଯାଜପୁର କେନ୍ଦୁଝର ରୋଡ୍-ବୈତରଣୀ ରୋଡ୍ ଏବଂ ହିନ୍ଦୋଳ ରୋଡ୍-ମେରାମଣ୍ଡଳୀ ମଲ୍ଟି-ଟ୍ରାକିଂ ପ୍ରକଳ୍ପର ଉଦଘାଟନ ହେବ। ଏହା ସହିତ ରାଇରଙ୍ଗପୁରଠାରେ ସ୍ପୋର୍ଟସ କମ୍ପ୍ଲେକ୍ସ ଏବଂ ଜନଜାତି ଗବେଷଣା କେନ୍ଦ୍ର ର ମଧ୍ୟ ଉଦଘାଟନ କରାଯିବ।

୨୦୨୪ ଜୁନ୍ ୧୨ ରେ ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ହୋଇଥିଲା। ଏହି ଗସ୍ତ ସରକାରଙ୍କ ସଫଳତାର ଦ୍ୱିତୀୟ ବର୍ଷକୁ ସେଲିବ୍ରେଟ୍ କରୁଛି। ମୋହନ ମାଝୀ ସରକାର କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ଓଡ଼ିଶାକୁ ଅଷ୍ଟମଗସ୍ତ  । ଯାହା କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଥିବା ଫୋକସକୁ ଦର୍ଶାଉଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ହୋଇଥିବାରୁ, ଏହି ଗସ୍ତ ମୟୂରଭଞ୍ଜ ମାଟି ପାଇଁ ସାଂସ୍କୃତିକ ଏବଂ ଭାବଗତ ମହତ୍ତ୍ୱ ବହନ କରୁଛି।  ପ୍ରଧାନମନ୍ତ୍ରୀଙ୍କ ଆଗମନକୁ ନେଇ ସାରା ମୟୂରଭଞ୍ଜରେ ଏବେ ଉତ୍ସାହର ପରିବେଶ । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ଲକ୍ଷ ଲକ୍ଷ ଜନସାଧାରଣ ଏକାଠି ହୋଇଛନ୍ତି ।

Tags: narendramodipahadpur
ShareTweetShareSend
Sanchar Live

Sanchar Live

Next Post
DJର ପ୍ରଚଣ୍ଡ ଶବ୍ଦ ନେଲା ମହିଳାଙ୍କ ଜୀବନ

DJର ପ୍ରଚଣ୍ଡ ଶବ୍ଦ ନେଲା ମହିଳାଙ୍କ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ପ୍ରେମିକଙ୍କୁ ଅନ୍ୟ କାହା ସହିତ ବାହା ହେବାର ସ୍ବପ୍ନ ଦେଖୁଛନ୍ତି କି?
  • ୨୦୨୭ ବିଶ୍ୱକପ ଖେଳିବେ ତ ରୋ-କୋ?
  • DJର ପ୍ରଚଣ୍ଡ ଶବ୍ଦ ନେଲା ମହିଳାଙ୍କ ଜୀବନ
  • ପାହାଡ଼ପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.