ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବରେ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଅନେକ ଅଞ୍ଚଳରେ ତୀବ୍ର ପ୍ରବଳ ବର୍ଷା ହୋଇପାରେ । ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ସମେତ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା… ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ପତନଠାରୁ ପ୍ରାୟ ୫.୮ରୁ ୭.୬ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଅପରାହ୍ନ କିମ୍ବା ସନ୍ଧ୍ୟା ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।
ବିଶେଷକରି ଉତ୍ତର ଓ ଉପକୂଳବର୍ତ୍ତୀ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ ଅଧିକ ରହିବା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ତୀବ୍ର ବୃଷ୍ଟିପାତ ହୋଇପାରେ । ଏହାସହ ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ସେପଟେ ଅଗଷ୍ଟ ୧୫ରେ ବଡ଼ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । IMDର ବୁଲେଟିନ୍ ଅନୁସାରେ, ଆସନ୍ତାକାଲି ଦେଶର ୧୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।ନୂଆଦିଲ୍ଲୀ: ଉତ୍ତର ଭାରତରେ ସକ୍ରିୟ ରହିଛି ମୌସୁମୀ । ସେପଟେ ପୂର୍ବ ଭାରତରେ ବଙ୍ଗୋପସାଗରରେ ଅବପାତ ପାଇଁ ଲଗାତାର ବର୍ଷା ଜାରି ରହିଛି । ଏହାରି ଭିତରେ ଅଗଷ୍ଟ ୧୫ରେ ବଡ଼ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
IMDର ବୁଲେଟିନ୍ ଅନୁସାରେ, ଆସନ୍ତାକାଲି ଦେଶର ୧୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଦିଲ୍ଲୀରୁ ନେଇ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ଓଡ଼ିଶା ଓ ପଶ୍ଚିମବଙ୍ଗ ଆଦି ରାଜ୍ୟକୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି ।
