Friday, September 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ଜନ୍ମାଷ୍ଟମୀ

Sanchar Live by Sanchar Live
September 4, 2026
in ଓଡିଶା
0
ଆଜି ପବିତ୍ର ଜନ୍ମାଷ୍ଟମୀ
0
SHARES
9
VIEWS
FacebookTwitter

ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ସମଗ୍ର ଭାରତ ସହିତ ଓଡ଼ିଶାର ପୁରପଲ୍ଲୀରେ ଏହା ମହାସମାରୋହରେ ପାଳିତ ହୁଏ। ପୌରାଣିକ କଥା ଅନୁସାରେ, ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଧରାବତରଣ କରିଥିଲେ ଭଗବାନ ଶ୍ରୀକୃଷ୍ଣ।

ମଥୁରା ନଗରୀର ରାଜା କଂସର ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଥିଲା। ଦିନେ ଦୈବବାଣୀ ହେଲା ଯେ, ଭଉଣୀ ଦେବକୀର ଅଷ୍ଟମ ସନ୍ତାନ କଂସର ବଧ କରିବ । ଏହାପରେ ଭଉଣୀ ଦେବକୀ ଓ ଭିଣୋଇ ବସୁଦେବଙ୍କୁ କଂସ କାରାଗାରରେ ବନ୍ଦୀ କରି ରଖିଲା । କଂସ ଦେଵକୀଙ୍କର ପ୍ରଥମ ଛଅଟି ସନ୍ତାନଙ୍କ ହତ୍ୟା କରିଥିଲା ।

ଅନ୍ୟ ସନ୍ତାନ ଜଣକ ଉଭେଇ ଗଲେ। ଧର୍ମର ରକ୍ଷା ପାଇଁ ଅଧର୍ମର ବିନାଶ ପାଇଁ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିର ମଧ୍ୟ ରାତ୍ରିରେ ଦେବକୀଙ୍କ ଗର୍ଭରୁ ଜନ୍ମ ନେଇଥିଲେ ଗୋଲକବିହାରୀ । ଅତ୍ୟାଚାରୀ ମାମୁଁ କଂସର ଭୟରେ ପିତା ବସୁଦେବ ନବଜାତ ଶିଶୁକୁ ନିଜ ବନ୍ଧୁ ଗୋପପୁରର ନନ୍ଦ-ଯଶୋଦାଙ୍କ ପାଖରେ ଛାଡ଼ି ଦେଇ ଆସିଥିଲେ । ଗୋପପୁରର ରାଜା ନନ୍ଦବାବା ଓ ରାଣୀ ଯଶୋଦା ମାତା ଶ୍ରୀକୃଷ୍ଣଙ୍କୁ ପାଇ ଖୁସିରେ ବିଭୋର ହୋଇଯାଇଥିଲେ ।

ଆଉ ସେହି ଦିନରୁ ଜନ୍ମାଷ୍ଟମୀ ପର୍ବ ମହାଉଲ୍ଲାସ ମଧ୍ୟରେ ପାଳନ କରାଯାଉଛି। ଏହି ତିଥିର ରାତ୍ରିରେ କୃଷ୍ଣଙ୍କୁ ଧ୍ୟାନ କଲେ, ତାଙ୍କ ନାମ ନେଇ ମନ୍ତ୍ର ଜପ କଲେ, ସାଂସାରିକ ମୋହମାୟା ଜନିତ ଆସକ୍ତି ଦୂର ହୋଇଥାଏ । ତେଣୁ ଏହାକୁ ମୋହରାତ୍ରି ମଧ୍ୟ କୁହାଯାଏ । ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ ।

ଶ୍ରୀମନ୍ଦିରରେ ମଧ୍ୟ ପାରମ୍ପରିକ ରୀତିନୀତି ଅନୁଯାୟୀ, ପାଳନ ହୋଇଥାଏ ଶ୍ରୀକୃଷ୍ଣଙ୍କ ଜନ୍ମନୀତି। ପରମ୍ପରା ଅନୁଯାୟୀ, ସନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ କଟାଯାଇ କୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । କୃଷ୍ଣ ଜନ୍ମ ପରେ ସର, ଲବଣି ଭୋଗ କରାଯାଇଥାଏ। ତା’ ସହ ରାମକୃଷ୍ଣ ଓ ମଦନମୋହନଙ୍କୁ ଜଗମୋହନରେ ଥିବା ଦୋଳିରେ ଝୁଲାଇଥାନ୍ତି।

ଉତ୍ତର ଭାରତର ବ୍ରଜ ମଣ୍ଡଳର ଏହା ସବୁଠାରୁ ମହତ୍ତ୍ବପୂର୍ଣ୍ଣ ଧାର୍ମିକ ଉତ୍ସବ। କୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ଏବଂ ସେ ବଢ଼ିଥିବା ସ୍ଥାନ ବୃନ୍ଦାବନରେ ଏହି ଦିନରେ ପ୍ରବଳ ଜନସମାଗମ ହୁଏ। ଏହି ଉପଲକ୍ଷେ କୃଷ୍ଣଲୀଳା ଅନୁଷ୍ଠିତ ହୁଏ। ମହାରାଷ୍ଟ୍ରରେ ଏହି ପର୍ବ ଅବସରରେ ‘ଦହି ହାଣ୍ଡି’ ଭଙ୍ଗାଯାଏ। ଓଡ଼ିଶାରେ ପୁରପଲ୍ଲୀରେ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଏ ।

ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଏହିଦିନ ଲୋକେ ଉପବାସ ରଖିଥାନ୍ତି ଓ ମଧ୍ୟ ରାତ୍ରୀରେ କୃଷ୍ଣଜନ୍ମ ଉତ୍ସବ ପାଳନ ପରେ ଉପବାସ ଭଙ୍ଗ କରିଥାନ୍ତି । ଏହିଦିନ ଗାଁର ଭାଗବତ ଙ୍ଗିମାନଙ୍କରେ ଅଥବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ ।

ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ାଯାଇଥାଏ। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜା ଓ ଯଶୋଦା ରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରି ବହୁବିଧ ଭୋଗ ଅର୍ପଣ କରିଥାନ୍ତି।

Tags: janmastamiodisha
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା

ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା
  • ଆଜି ପବିତ୍ର ଜନ୍ମାଷ୍ଟମୀ
  • ଜନ୍ମାଷ୍ଟମୀରେ ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
  • ଇ -କମର୍ସ ପ୍ଲାଟଫର୍ମକୁ ଢାଲ କରି ଗଞ୍ଜେଇ ଚାଲାଣ
  • ଏଣିକି ଆଉ ସ୍କୁଲ ଛାତ୍ରଛାତ୍ରୀ ବ୍ୟବହାର କରିପାରିବେନି AI

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.