Saturday, October 17, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
October 17, 2026
in ଓଡିଶା
0
ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
0
SHARES
10
VIEWS
FacebookTwitter

ଭୁବନେଶ୍ଵର: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଶନିବାର ଲୋକସେବା ଭବନରେ ବସିଛି ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ।

ମିଳିଥିବା ସରକାରୀ ସୂଚନା ଅନୁସାରେ, ଆସନ୍ତା ୨୫ ତାରିଖରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ଵରରେ ଡାଟା ସେଣ୍ଟର ଉଦ୍‌ଘାଟନ କରିବାର କାର୍ଯ୍ୟକମ ରହିଥିବା ସୂଚନା ମିଳିଛି ।

୨ ଦିନିଆ ଗସ୍ତରେ ରାଷ୍ଟ୍ରପତି

ସେହିଭଳି ୨୮ ତାରିଖରେରେ ୨ ଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୮ ଓ ୨୯ ତାରିଖରେ ରାଷ୍ଟ୍ରପତି ଓଡ଼ିସା ଆସି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଗସ୍ତ କରିବେ ।

ପ୍ରସ୍ତାବିତ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୨୮ ତାରିଖରେ ଦାଣ୍ଡବୋଷ ବିମାନବନ୍ଦରରୁ ଯାତ୍ରା ଆରମ୍ଭ କରି ବହଳଦା ସ୍ଥିତ ମା’ କିଚକେଶ୍ୱରୀ ମନ୍ଦିର, ମାହୁଲଡିହାର ଲକ୍ଷ୍ମୀମଣ୍ଡପ ଏବଂ ରାଇରଙ୍ଗପୁର ସ୍ଥିତ ରାଷ୍ଟ୍ରପତିଙ୍କ ଗୃହକୁ ଯିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଓ ରାଇରଙ୍ଗପୁର କଚେରି ପଡ଼ିଆ ଗସ୍ତ ସହ ହଲିଡେ ହୋମ୍‌କୁ ଯାତାୟାତର ଯୋଜନା ରହିଛି ।

ସେହିପରି ଅକ୍ଟୋବର ୨୯ ତାରିଖରେ ରାଇରଙ୍ଗପୁର ସ୍ପୋର୍ଟସ୍ କମ୍ପ୍ଲେକ୍ସ, ବିକାଶ ନଗର ଏବଂ ଗୋରୁମହିଷାଣୀ ଆଇରନ୍ କଲେଜସ୍ଥିତ ମଲ୍ଟି ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ସମେତ ଟାଉନ୍ ହଲ୍ ଗସ୍ତର କାର୍ଯ୍ୟସୂଚୀ ରହିଛି । ଏହାପରେ ଦାଣ୍ଡବୋଷ ବିମାନବନ୍ଦର ଅଭିମୁଖେ ଫେରିବାର ଯୋଜନା ରହିଛି । 

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ, ପୋଲିସ ଓ ସମ୍ପୃକ୍ତ ବିଭାଗଗୁଡ଼ିକ ପକ୍ଷରୁ ରାସ୍ତାଘାଟ, ଯାତାୟାତ ଓ ସୁରକ୍ଷା ବ୍ୟବସ୍ଥାର ସମନ୍ୱୟ ଉପରେ ଦିଆଯାଇଛି । ତେବେ ରାଷ୍ଟ୍ରପତିଙ୍କ ଚୂଡ଼ାନ୍ତ କାର୍ଯ୍ୟସୂଚୀ ଓ ପ୍ରତ୍ୟେକ କାର୍ଯ୍ୟକ୍ରମର ସମୟ ସମ୍ପର୍କରେ ଅଧିକାରୀକ ସୂଚନା ମିଳି ନାହିଁ ।

Tags: Dropadimurmunarendramodi
ShareTweetShareSend
Sanchar Live

Sanchar Live

Next Post
ମେଡିକାଲରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ

ମେଡିକାଲରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସଡ଼କ ଦୁର୍ଘଟଣାରେ ଶାଶୂ ଓ ଜ୍ୱାଇଁ ମୃତ
  • ଭାରତକୁ ଆଶ୍ବସ୍ତି ଦେଲେ ଟ୍ରମ୍ପ
  • ଇଥାନଲ ଉତ୍ପାଦନରେ ଚିନିର ବ୍ୟବହାର ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ
  • ମେଡିକାଲରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ
  • ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.