ନଭେମ୍ବର ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନର ପ୍ରଥମ ଦିନ ଅର୍ଥାତ୍ ନଭେମ୍ବର ୧୮ ତାରିଖରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ସମୁଦାୟ ୪୪ ଦିନ ମଧ୍ୟରୁ ୩୩ଟି କାର୍ଯ୍ୟଦିବସ ରହିଛି ।
ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ଶାସକ ଓ ବିରୋଧୀ ଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ତର୍କବିତର୍କ ହେବା ଆଶା କରାଯାଉଛି ।

