ସଂଚାର ବ୍ୟୁରୋ: ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବାଂଲାଦେଶର ଆଖପାଖରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି ।
ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷିବ। ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ କୁ ସତର୍କତା ଜାରି ହୋଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ। ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା ରହିଛି ।