Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଦନ୍ତା ଆକ୍ରମଣରେ ଗଲା ଆଉ ଜଣଙ୍କ ଜୀବନ

Sanchar Live by Sanchar Live
September 26, 2024
in ଓଡିଶା
0
0
SHARES
21
VIEWS
Facebook
Twitter

ସଂଚାର ବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାର ବାରିପଦା ବନଖଣ୍ଡ ଅଂଚଳରେ ପୁଣି ଆଉ ଏକ ଜୀବନ ନେଲା ନରହନ୍ତା ଦନ୍ତା, ଶୋଇଥିବା ବେଳେ ଘରୁ ଘୋଷାଡ଼ି ଆଣି ମହିଳାଙ୍କୁ ଦଳିଦେଲା। ବେତନଟୀ ଥାନା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ନରହନ୍ତା ଦନ୍ତା ପଶି ଘରେ ଶୋଇଥିବା ଜନୈକା ମହିଳାଙ୍କୁ ଘୋଷାଡ଼ି ଆଣି ଘର ବାହାରେ କଚାଡି ମାରିବା ଘଟଣାରେ ସକାଳେ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲାl ମୃତା ମହିଳା ଜଣକ ହେଉଛନ୍ତି ରାଧିକାଶୋଳ ଗ୍ରାମର ସୀତାରାମ ହାଁସଦାଙ୍କ ସ୍ତ୍ରୀ ମାନକା ହାଁସଦା(୩୫) l ଗ୍ରାମବାସୀ ନିଜନିଜ ଘରେ ଶୋଇଥିବା ବେଳେ ବେତନଟୀ ରେଞ୍ଜ ଇଲାକାରେ ବିଚରଣ କରୁଥିବା ନରହନ୍ତା ଦନ୍ତା ୧୮ନଂ ଜାତୀୟ ରାଜପଥ ଅତିକ୍ରମ କରି ଭୋର ତିନିଟା ପାଖାପାଖି ସମୟରେ ରାଧିକାଶୋଳ ଗ୍ରାମରେ ପ୍ରବେଶ କରିଥିଲା l ଗ୍ରାମର ତିନି ଚାରିଟି ଘର ଭାଙ୍ଗିବା ସହିତ ଘର ଭିତରେ ଶୋଇଥିବା ମାନକାଙ୍କୁ ଘୋଷାଡ଼ି ଆଣି ଘର ଅଗଣାରେ କଚାଡି ଦଳି ଦେଇଥିଲା l

ପାଖରେ ଶୋଇଥିବା ସ୍ୱାମୀ ସୀତାନାଥ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଗ୍ରାମରେ ଚହଳ ପଡିଯାଇଥିଲା l ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଥିବା ବେଳେ ବନବିଭାଗର ଅପାରଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି l ସକାଳେ କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧିକାରୀ ଏଏସଆଇ ସୂତାର କୁମାର ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବାରିପଦା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି l ତେବେ ବାରମ୍ବାର ବନବିଭାଗର ଅବହେଳା ଏବଂ ଅପାରଗତା ପାଇଁ ହାତୀ ଜନବସତି ଭିତରେ ପଶି ଧନଜୀବନ ହାନି କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଲାଗିରହିଛି l ନରହନ୍ତା ଦନ୍ତା ଆକ୍ରମଣରେ ବିଗତ ତିନିଦିନରେ ଚାରିଜଣଙ୍କ ମୃତ୍ୟୁ ଘଟଣା ବନବିଭାଗ ପାଇଁ ମଧ୍ୟ ଅଡୁଆସ୍ଥିତି ସୃଷ୍ଟି କରିଛି l

Related posts

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

November 7, 2026
ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
Tags: elephant attackMayurbhanja

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.