ସଂଚାର ବ୍ୟୁରୋ: ଶ୍ରୀମନ୍ଦିର ରୋଷରେ ଲୁହା କଡ଼େଇ ବ୍ୟବହାର ଅଭିଯୋଗରେ ୩ ସୂପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ସେମାନେ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ କରିପାରିବେ ନାହିଁ। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକ ହୋଇଥିବାରୁ ତାଙ୍କୁ ମହାପ୍ରଭୁଙ୍କ ସେବା ପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି l ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ 1955 ର 21 – ଖ (କ) ଧାରା ଅନୁସାରେ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ମହାପ୍ରଭୁଙ୍କ ସେବା ପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ କି ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେପଟେମ୍ଵର ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର କରାଯାଇଥିବାର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରିପୋର୍ଟ ଆସିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହାକୁ କାର୍ଯ୍ୟକାରୀ କରିବାକୁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଦିଆଯାଇଛି।