ସଂଚାର ବ୍ୟୁରୋ: ନୂଆ ସରକାରଙ୍କ ବଡ଼ ପଦକ୍ଷେପ । ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଆଜି କଳିଙ୍ଗ ଷ୍ଟାଡିୟମରେ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୂ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହିସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପ୍ରଶିକ୍ଷଣ କାର୍ୟ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ । ଏଥିରେ ଗୁଣାତ୍ମକ ଶିକ୍ଷାଦାନ ନେଇ ମାର୍ଗଦର୍ଶନ କରାଇବେ ମୁଖ୍ୟମନ୍ତ୍ରୀ । କାର୍ୟ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।