Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ

Sanchar Live by Sanchar Live
October 18, 2024
in ମନୋରଞ୍ଜନ
0
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ବଲିଉଡର ଭାଇଜାନ ସଲମାନ ଖାନ୍‌। ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ସହ ତାଙ୍କର ଶତ୍ରୁତା ବେଶ୍‌ ପୁରୁଣା। ନିକଟରେ ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ପରେ ତାଙ୍କର ଜୀବନ ପ୍ରତି ରହିଛି ଘୋର ବିପଦ। ବାରମ୍ବାର ତାଙ୍କୁ ହତ୍ୟା ଧମକ ଦେଇ ଚାଲିଛି ଲରେନ୍ସ ଗ୍ୟାଙ୍ଗ। ଏବେ ପୁଣି ସଲମାନଙ୍କୁ ହତ୍ୟା କରିବାକୁ ମିଳିଛି ଧମକ। ମୁମ୍ବାଇ ଟ୍ରାଫିକ୍‌ ପୁଲିସ ନିକଟକୁ ସଲମାନ ଖାନ୍‌ଙ୍କ ନାଁରେ ଧମକପୂର୍ଣ୍ଣ ମେସେଜ ମିଳିଛି। ହ୍ୱାଟସଆପ୍‌ରେ ଏହି ମେସେଜ ଆସିଛି। ଏଥିରେ ସଲମାନଙ୍କ ଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି।

ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ ସଲମାନ ୫ କୋଟି ଟଙ୍କା ଦିଅନ୍ତୁ। ନଚେତ ବାବା ସିଦ୍ଦିକିଙ୍କ ଠାରୁ ବି ତାଙ୍କ ଅବସ୍ଥା ଖରାପ ହେବ। ତାଙ୍କ ଜୀବନ ପ୍ରତି ବିପଦ ରହିଛି। ମେସେଜ ପଠାଇଥିବା ବ୍ୟକ୍ତି ନିଜକୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଅତି ନିକଟତର ବୋଲି କହିଛି। ଏହି ଧମକପୂର୍ଣ୍ଣ ମେସେଜ ପାଇବା ପରେ ମୁମ୍ବାଇ ପୁଲିସ ତନାଘନା ଆରମ୍ଭ କରିଛି।

ଏହାପୂର୍ବୂରୁ ସଲମାନଙ୍କ ହତ୍ୟା ଷଡ଼ଯନ୍ତ୍ର ରଚିବା ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ବୁଧବାର ଦିନ ଜଣେ ପୁଲିସ ଅଧିକାରୀ କହିଛନ୍ତି ଯେ ସଲମାନଙ୍କ ଫାର୍ସ ହାଉସରେ ରେକି କରିଥିବା ଅଭିଯୁକ୍ତଙ୍କୁ ହରିୟାଣାର ପାନିପାତରୁ ଗିରଫ କରାଯାଇଛି। ଉକ୍ତ ବ୍ୟକ୍ତିର ନାମ ହେଉଛି ସୁକ୍‌ଖା ଓରଫ ସୁଖବିର ବଲବିର ସିଂହ। ସେ ବିଷ୍ଣୋଇ ଗ୍ୟାଙ୍ଗର ଜଣେ ଶାର୍ପ ସୁଟର ଏବଂ ତାଙ୍କୁ ନାବି ମୁମ୍ବାଇ ଅଣାଯାଇଛି। ତାଙ୍କୁ କୋର୍ଟରେ ହାଜର କରାଯିବ।

ପୁଲିସ କହିଛି, ସୁକ୍‌ଖାଙ୍କୁ ଗିରଫ କରିବା ଲାଗି ପୁଲିସ ବୁଧବାର ରାତି ପ୍ରାୟ ସାଢ଼େ ୧୦ଟାରେ ପାନିପତରେ ପହଞ୍ଚିଥିଲା। ସେଠାର ଅଭିନନ୍ଦନ ହୋଟେଲର ରୁମ୍‌ ନଂ ୧୦୪ରୁ ତାଙ୍କୁ ଗିରଫ କରାଯାଇଥିଲା। ସେ ନିଜର ବେଶ ବଦଳାଇ ସେଠାରେ ଲୁଚିଥିଲେ। ସେ ପାନିପତର ରେରକଲା ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି।

ତେବେ ବିଷ୍ଣୋଇ ଗ୍ୟାଙ୍ଗ ତାଙ୍କୁ ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିବା ପାଇଁ ଦାୟିତ୍ୱ ଦେଇଥିଲା। ତାଙ୍କ ଦଳର କିଛି ସଦସ୍ୟ ଗିରଫ ହୋଇଥିଲେ ହେଁ ସୁକ୍‌ଖା ଫେରାର ଥିଲେ। ଏବେ ବାବା ସିଦ୍ଧକିଙ୍କ ହତ୍ୟାର ଯାଞ୍ଚ କରୁଥିବା ବେଳେ ପୁଲିସକୁ ବଡ଼ ସଫଳତା ମିଳିଛି।

Tags: crimesalman khan
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଆରମ୍ଭ ମହାକାର୍ତ୍ତିକ ବ୍ରତ

ଆଜିଠୁ ଆରମ୍ଭ ମହାକାର୍ତ୍ତିକ ବ୍ରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.